Masthead

ଜାମ୍ମୁ-କାଶ୍ମୀର ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଜାମ୍ମୁ-କାଶ୍ମୀର  (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀର ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଗ୍ରାଉଣ୍ଡ ଜିରୋରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ । ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଜାମ୍ମୁ ଗସ୍ତ କରିବେ । ରଜୌରୀର କଣ୍ଡି ଜଙ୍ଗଲରେ ସେନା ଓ ଆତଙ୍କବାଦୀ ମଧ୍ୟରେ ଜାରି ରହିଛି ଗୁଳି ବିନିମୟ । ହେଲିକପ୍ଟର ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ନଜର ରଖାଯାଇଛି । ସର୍ଚ୍ଚ ଅପରେସନ ମଧ୍ୟ ଜୋରଦାର କରାଯାଇଛି । ଭାରତୀୟ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗତକାଲି ଏହି ସ୍ଥାନରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୫ଜଣ ଯବାନ ସହିଦ ହୋଇଥିଲେ । ରଜୌରୀ ଜିଲ୍ଲା କଣ୍ଡି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ସେନା ଓ ଜମ୍ମୁକଶ୍ମୀର ପୋଲିସ ମିଳିତ ସର୍ଚ୍ଚ ଅପରେସନ କରିଥିଲା । ଜଙ୍ଗଲ ଇଲାକାରେ ସର୍ଚ୍ଚ ଅପେରସନ ଚାଲୁଥିବା ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଅତର୍କିତ ଗୁଳିମାଡ କରିଥିଲେ ଆତଙ୍କବାଦୀ । ସେପଟେ ବାରମୁଲ୍ଲାରେ ମଧ୍ୟ ସେନା ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ