Masthead

ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ନୂଆଦିଲ୍ଲୀରୁ ବିଶାଖାପାଟଣା ଦେଇ ସିଧାସଳଖ ସୁନାବେଡ଼ାର ଟିଟିଏସ୍‌ ହେଲିପ୍ୟାଡରେ ପହଞ୍ଚିବେ। ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରତାକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ରାଜନାଥ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ହାଲ)ର ସୁନାବେଡ଼ା ଡିଭିଜନ ପରିଦର୍ଶନ କରିବେ । ଏଠାରେ ଶକ୍ତି ଇଞ୍ଜିନ ସମ୍ପର୍କିତ ନୂତନ ଉତ୍ପାଦନ ଓ ଭିତ୍ତିଭୂମି ସୁବିଧାର ଉଦ୍‌ଘାଟନ ସହ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ଗସ୍ତ ସମୟରେ ରାଜନାଥ ସିଂ ଶକ୍ତି ଇଞ୍ଜିନ ଉତ୍ପାଦନ ଲାଇନ, ପ୍ରମୁଖ କାର୍ଯ୍ୟକ୍ଷମ ୟୁନିଟ୍‌ ଓ ରକ୍ଷଣାବେକ୍ଷଣ ସୁବିଧା ଯାଞ୍ଚ କରିବେ। ଏଥିସହ ସୁଖୋଇ-୩୦ ଏମ୍‌କେଆଇ ଇଞ୍ଜିନ ନମ୍ବର ୨୦୦୦ ସମ୍ପର୍କିତ କାର୍ଯ୍ୟର ମଧ୍ୟ ସମୀକ୍ଷା କରିବେ। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ହାଲର ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞଙ୍କ ସହ ରାଜନାଥ ଆଲୋଚନା କରିବେ। ଭବିଷ୍ୟତରେ ଦେଶର ଆତ୍ମନିର୍ଭର ପ୍ରତିରକ୍ଷା ଉତ୍ପାଦନ ଲକ୍ଷ୍ୟପୂରଣ ସହ ଉତ୍ପାଦନ କ୍ଷମତା ଓ ଆଧୁନିକରଣ ବୃଦ୍ଧି ନେଇ ଆଲୋଚନାରେ ଗୁରୁତ୍ୱ ଦିଆଯିବ। ପ୍ରତିରକ୍ଷାମନ୍ତ୍ରୀଙ୍କ ଏହି ଗ୍ରସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡ଼ା କରାଯାଇଥିବା ଏସ୍‌ପି ରୋହିତ ବର୍ମା ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା