Masthead

ସୁସ୍ଥ ହେଲେ ଶ୍ରୀଜିଉ, ଆଜି ରାଜପ୍ରାସାଦ ବିଜେ ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଦ୍ଵାଦଶୀ ତିଥି । ଅଣସରର ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ। ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ମଧ୍ୟ ମହାପ୍ରଭୁଙ୍କୁ ଲାଗି କରାଯାଇଥିଲା। ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ଶ୍ରୀଜିଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ