ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ବିଜୁ ଜନତା ଦଳ ପ୍ରାର୍ଥୀ ଘୋଷଣା କରି ସାରିଛି । ତୃତୀୟ ପ୍ରାର୍ଥୀ ପାଇଁ ସଂତୃପ୍ତ ଦାସ ଏବଂ ଚତୁର୍ଥ ପ୍ରାର୍ଥୀ ପାଇଁ କମନ୍ କ୍ୟାଣ୍ଡିଡେଟ୍ ଡାକ୍ତର ଦତ୍ତେଶ୍ବର ହୋତାଙ୍କ ନାଁ ଘୋଷଣା କରିଛି । ହେଲେ ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀଙ୍କ ଘୋଷଣା ରେସରେ ପଛରେ ପଡ଼ି ଯାଇଛି ଭାରତୀୟ ଜନତା ପାର୍ଟି । ପ୍ରଥମ ଏବଂ ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ଦେବ ବିଜେପି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାୟକ ଦଳ ବୈଠକ ଡାକିଛନ୍ତି । ତୁରନ୍ତ ସିଏମଙ୍କ ବାସଭବନରେ ପହଞ୍ଚିବାକୁ ସମସ୍ତ ବିଧାୟକଙ୍କୁ କୁହାଯାଇଛି ।

ଏଥିରେ ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା ହୋଇପାରେ ବୋଲି କୁହାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଜଣଙ୍କ ପରେ ଜଣେ ମନ୍ତ୍ରୀ ଓ ବିଧାୟକ ବାସଭାବନରେ ପହଞ୍ଚୁଛନ୍ତି । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ପରିବହନ ମନ୍ତ୍ରୀ ବିଭୁତି ଜେନା, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଛବି ମଲ୍ଲିକ, ଅଶୋକ ମହାନ୍ତି, ଜଲେନ୍ ନାୟକ, କେ ଅନୀଲ କୁମାର, ସିମାରାଣୀ ନାୟକ, ରଘୁନାଥ ଜଗଦଲ୍ଲା, ଆଶ୍ରିତ ପଟ୍ଟନାୟକ, ଫକୀର ନାୟକ, ଜୟ ଢୋଲକିଆ, ବିଜୟ ଦଳ ବେହେରା, ବିଭୂତି ପ୍ରଧାନ, ସରକାରୀ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଦାସ ପ୍ରମୁଖ ପହଞ୍ଚିଛନ୍ତି । ରାଜ୍ୟସଭା ନେଇ ଆଲୋଚନା ପରେ ପ୍ରାର୍ଥୀ ଘୋଷଣା ହୋଇପାରେ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ