Masthead

ଜବତ ଟଙ୍କା ସହ କଂଗ୍ରେସର କୌଣସି ସମ୍ପର୍କ ନାହିଁ: ଧୀରଜ ସାହୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜବତ ଟଙ୍କା ସହ କଂଗ୍ରେସର କୌଣସି ସମ୍ପର୍କ ନାହିଁ । ଏହା ମୋ ପାରିବାରିକ ବ୍ୟବସାୟ ।ଏ ବିଷୟରେ ମୋ ପରିବାର ଉତ୍ତର ଦେଲେ । ଜବତ ହୋଇଥିବା ଟଙ୍କା ସହ କୌଣସି ରାଜନୈତିକ ଦଳର କୌଣସି ସମ୍ପର୍କ ନାହିଁ । ଏଭଳି କହିଛନ୍ତି କଂଗ୍ରେସ ସାଂସଦ ଧୀରଜ ସାହୁ । ରାଜ୍ୟରେ ହୋଇଥିବା ବଡ଼ ଧରଣର ଆଇଟି ରେଡରେ ଜବତ ହୋଇଥିଲା ୩୫୦ କୋଟିରୁ ଅଧିକ ଟଙ୍କା ।

ବଲାଙ୍ଗୀର ସୁଦପଡାରୁ କେବଳ ୩୦୫ କୋଟି ଟଙ୍କା ଜବତ କରାଯାଇଥିଲା । ଧୀରଜ କହିଛନ୍ତି, ବଡ଼ ପରିବାର ହୋଇଥିବା ବେଳେ ପରିବାରର ଏକାଧିକ ସଦସ୍ୟ ବ୍ୟବସାୟରେ ଅଛନ୍ତି । ଏବଂ ଏହା ପାରିବାରିକ ବ୍ୟବସାୟର ଟଙ୍କା । ମୋର ପରିବାର ବର୍ଷ ବର୍ଷ ଧରି ମଦ ବ୍ୟବସାୟରେ ସଂପୃକ୍ତ ରହିଛି । ବ୍ୟବସାୟ ଏବଂ ଟିକସ ଦେବା ପାଇଁ କିଛି ଟଙ୍କା ରଖାଯାଇଥିଲା । ତେବେ ସମୟ ଆସିଲେ, ସବୁ ସ୍ପଷ୍ଟ ହୋଇଯିବ ବୋଲି କହିଛନ୍ତି ଝାଡ଼ଖଣ୍ଡରୁ ସାଂସଦ ଭାବେ ନିର୍ବାଚିତ ହୋଇଥିବା ଧୀରଜ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା