Masthead

ରାମଲାଲା ଆସୁଛନ୍ତି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ପୂରଣ ହେବ ୫୦୦ ବର୍ଷର ସ୍ୱପ୍ନ । ଆଉ ମାତ୍ର କିଛି ସମୟକୁ ଅପେକ୍ଷା । ବିରାଜିବେ ରାମଲାଲା । ୫୦୦ ବର୍ଷାଧିକ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି । ଅଯୋଧ୍ୟାର ରାମମନ୍ଦିରରେ ବିରାଜିବେ ଭଗବାନ ରାମଲାଲା । ରାମମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା । ପ୍ରାଣପ୍ରତିଷ୍ଠା ସମାରୋହ ଲାଗି ଚଳଚଞ୍ଚଳ ସମଗ୍ର ଦେଶ । ରଙ୍ଗବେରଙ୍ଗ ଫୁଲରେ ଝଲସୁଛି ରାମଲାଲାଙ୍କ ଭବ୍ୟ ନିବାସ । ପ୍ରାଣପ୍ରତିଷ୍ଠା ସମାରୋହର ମୁଖ୍ୟ ଯଜମାନ ହେବେ ପ୍ରଧାନମନ୍ତ୍ରୀ ମୋଦି ।

ସକାଳ ସାଢେ ୫ଟାରୁ ମନ୍ଦିର ଖୋଲାଯାଇଥିବା ବେଳେ ୮ଟାରୁ ବିଭିନ୍ନ ପୂଜାପାଠ, ରୀତିନୀତି ଆରମ୍ଭ ହେବ । ସକାଳ ୧୦ଟାରୁ ଆରମ୍ଭ ହେବ ମଙ୍ଗଳଧ୍ୱନୀ । ଦୁଇ ଘଣ୍ଟା ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟର ୫୦ରୁ ଅଧିକ ମନୋରମ ବାଦ୍ୟଯନ୍ତ୍ରରେ କମ୍ପିବ ମନ୍ଦିର ପରିସର । ୧୦ଟା ୩୦ ସୁଦ୍ଧା ଅତିଥିମାନେ ମନ୍ଦିରରେ ପ୍ରବେଶ କରିବେ । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ରାମମୟ ହୋଇପଡିଛି ପୁରା ଅଯୋଧ୍ୟା । ୨ହଜାର କ୍ୱିଣ୍ଟାଲ ଫୁଲରେ ସଜେଇ ହୋଇଛି ଅଯୋଧ୍ୟା ସହର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ