Masthead

ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା

କଙ୍କଡାହାଡ(ବଡ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲାରେ ପୁଣି ଲଜ୍ଜା । ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଙ୍କଡ଼ାହାଡ଼ ଥାନା ମରୁଆବିଲି ପଞ୍ଚାୟତ ଖରଖରି ଗାଁରେ । ଗାଁ ହାଟ ପାଖ ମାରାମ୍ବୁରୁ ନାଳରେ କେହି ଦୁର୍ବୁତ୍ତ ବିକ୍ରମ ସୋରେନଙ୍କ ୪ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟା କରି ଫୋପାଡ଼ି ଦେଇଥିବା ସୂଚନାମିଳିଛି । ଗୁରୁବାର ସନ୍ଧ୍ୟାରେ ବିକ୍ରମଙ୍କ ଝିଅ ଖେଳିବାକୁ ଆସି ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିବା ପରେ ମଧ୍ୟ ଝିଅର କୌଣସି ସନ୍ଧାନ ମିଳିନଥିଲା । ଆଜି ସକାଳେ ସ୍ଥାନୀୟଲୋକେ ମାରାମ୍ବୁରୁ ନାଳରେ ପଡିଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଏସଡିପିଓ, କଙ୍କଡ଼ାହାଡ଼ ଥାନା ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା