ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ରାସେଶ୍ବରୀ ପାଣିଗ୍ରାହୀ । ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ । ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଲେ । ଦଳର ସୁପ୍ରିମୋ ନବୀନଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର । ସମ୍ବଲପୁରରୁ ଟିକେଟ ଆଶାୟୀ ଥିଲେ ରାସେଶ୍ବରୀ ।

୨୦୨୪ରେ ରାସେଶ୍ୱରୀ ଟିକେଟ ଆଶାୟୀ ଥିଲେ ମଧ୍ୟ ଦଳ ଏଠାରେ ପ୍ରଥମେ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ପ୍ରାର୍ଥୀ କରିଥିଲା । ପରେ ପ୍ରାର୍ଥୀ ପରିବର୍ତ୍ତନ କରି ରୋହିତ ପୂଜାରୀଙ୍କୁ ଦଳ ପ୍ରାର୍ଥୀ କରିଥିଲା । ଯାହାକୁ ନେଇ ରାସେଶ୍ୱରୀଙ୍କ ସମର୍ଥକ ଅସନ୍ତୁଷ୍ଟ ଥିଲେ । ଏପରିକି ରାସେଶ୍ୱରୀଙ୍କୁ ଟିକେଟ ଦେବା ନେଇ ଦଳୀୟ ସୁପ୍ରିମୋ ପୁନଃବିଚାର କରିବା ଆବଶ୍ୟକ ବୋଲି କହିଥିଲେ । କିନ୍ତୁ ପ୍ରାର୍ଥୀ ପରିବର୍ତ୍ତନ ନେଇ କୌଣସି ସଂକେତ ନ ମିଳିବାରୁ ରାସେଶ୍ୱରୀ ବିଜେଡି ଛାଡିଥିବା ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ