Masthead

ଆଜି ସଜେଇ ହେବେ ରସିକନାଗର

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରର ରତ୍ନସିଂହାସନ ଶୂନ୍ୟ । ନାହାନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । କିଛି ନ’କହି ଭାଇ-ଭଉଣୀଙ୍କ ସହିତ ଚାଲିଯାଇଛନ୍ତି ମାଆ ଗୁଣ୍ଡିଚାଙ୍କ ଘରକୁ । ମାଆ ଲକ୍ଷ୍ମୀ ସାଆନ୍ତାଣୀ ଅଭିମାନରେ ବସି ରହିଛନ୍ତି । ବିତିଗଲାଣି ଦୀର୍ଘ ଚାରି ଦିନ । ଆଉ ରହି ହେଉନାହିଁ କି ସହି ହେଉନାହିଁ । କିଛି ଗୋଟେ କରିବାକୁ ହେବ । ଆସନ୍ତାକାଲି ସାଆନ୍ତଙ୍କୁ ଭେଟିବାକୁ ଗୁଣ୍ଡିଚା ମନ୍ଦିର ଆସିବେ ସାଆନ୍ତାଣୀ । ଏ ଖବର ମଧ୍ୟ ପହଞ୍ଚି ସାରିଲାଣି ବ୍ରହ୍ମାଣ୍ଡ ଠାକୁରଙ୍କ ପାଖରେ।

ଠାକୁରାଣୀ ପହଞ୍ଚିବା ପୂର୍ବରୁ ଆଜି ବନକଲାଗି ହୋଇ ସଜେଇ ହେବେ ରସିକନାଗର। ତେବେ ଏହି ପରମ୍ପରା ଅନୁଯାୟୀ ଆଜି ସଂଧ୍ୟା ଧୂପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାରରେ କସ୍ତୁରୀ, କେଶର, ହରତାଳ, ହିଂଗୁଳ ଆଦିର ମିଶ୍ରଣକୁ ଲାଗି କରାଯାଇ ବନକଲାଗି ଜରିଆରେ ଏହି ନୀତିକୁ ଶେଷ ସ୍ପର୍ଶ ଦିଆଯିବ। ପ୍ରାୟ ୬ ଘଣ୍ଟା ଧରି ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଏହି ବିଶେଷ ନୀତି ସମ୍ପାଦନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ