Masthead

ବାରିପଦାରେ ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ।

ବାରିପଦା (ବଡ଼ ଖବର ବ୍ୟୁରୋ):ଆଜି ରଥ ଟଣାର ଦ୍ୱିତୀୟ ଦିନରେ ଶ୍ରୀକ୍ଷେତ୍ର ବାରିପଦା ଓ ତୁଳସୀକ୍ଷେତ୍ରର କେନ୍ଦ୍ରାପଡ଼ାରେ ଗଡ଼ିବ ରଥ । ପରମ୍ପରା ଅନୁଯାୟୀ ଶ୍ରୀକ୍ଷେତ୍ର ପୁରୀର ଗୁଣ୍ଡିଚା ଯାତ୍ରା ଦିନ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ତିନି ଠାକୁରଙ୍କ ପହଣ୍ଡି କରା ଯାଇଥାଏ । ବାରିପଦାରେ ଗତକାଲି ତିନି ଠାକୁରଙ୍କୁ ପହଣ୍ଡି କରାଯାଇ ରଥାରୂଢ଼ କରାଯାଇଥିବା ବେଳେ ଆଜି ହେବ ରଥଟଣା । ଆଜି ଭକ୍ତମାନେ ବଳଭଦ୍ରଙ୍କ ରଥକୁ ମାଉସୀ ମାଆ ମନ୍ଦିର ଯାଏଁ ଟାଣି ନେବେ। ଦେବୀ ସୁଭଦ୍ରାଙ୍କ ରଥ ଅଧାବାଟ ଜିବ ଏହାପରେ ମଙ୍ଗଳବାର ଦିନ ପୁଣି ସୁଭଦ୍ରାଙ୍କ ରଥ ଟଣା ହେବ। ପରେ ଜଗନ୍ନାଥଙ୍କ ରଥ ଟଣା ଯିବ । ବାରିପଦାରେ ପୁରୀ ରଥ ଯାତ୍ରାର ପର ଦୁଇ ଦିନ ଧରି ରଥ ଟଣା ହେଉଥିବା ବେଳେ ଦେବୀ ସୁଭଦ୍ରାଙ୍କ ରଥକୁ କେବଳ ମହିଳାମାନେ ଟାଣି ଥାଆନ୍ତି। ଗତକାଲି ନୀତି ନିର୍ଘଣ୍ଟ ଅନୁସାରେ ମହାରାଜାଙ୍କ ଦ୍ୱାରା ଛେରାପହଁରା ସେବା ପରେ ତିନି ଠାକୁରଙ୍କ ଗୋଟି ପହଣ୍ଡି କରାଯାଇ ରଥ ଉପରକୁ ଅଣା ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ