Masthead

ରତ୍ନବେଦୀକୁ ଫେରିଯିବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ନୀଳାଦ୍ରିବିଜେ । ରତ୍ନବେଦୀକୁ ଫେରିଯିବେ ମହାପ୍ରଭୁ । ମହାଲକ୍ଷ୍ମୀଙ୍କ ମାନଭଂଜନ କରି ଶ୍ରୀମନ୍ଦିରରେ ପ୍ରବେଶ କରିବେ ଓ ରତ୍ନ-ସିଂହାସନରେ ପୁନଃ ବିରାଜମାନ କରିବେ। ଆଜି ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଅନ୍ତିମ ଦିନ। ପରମ୍ପରା ଅନୁଯାୟୀ ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ଓ ତୟୋଦଶୀ ତିଥିରେ ନୀଳାଦ୍ରିବିଜେ ହୋଇଥାଏ।

ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ଯାଏ। ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ। ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରାଇଥାନ୍ତି। ତା’ପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ