Masthead

ଆଜିଠୁ ରଥ ନିର୍ମାଣ ଆରମ୍ଭ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିଠୁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ ।  ବିଧି ମୁତାବକ ଶ୍ରୀନଅର ରଥଖଳାରେ ତିନୋଟି ଧଉରା କାଠକୁ ପୂର୍ବରୁ ଶୋସ୍ତ୍ରୀୟ ବ୍ରାହ୍ମଣମାନେ ବନଯାଗ ବିଧିରେ ପୂଜାର୍ଚ୍ଚନା କରିବେ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କର ରଥ ନିର୍ମାଣ ପାଇଁ ଆଜ୍ଞାମାଳ ଏକ ବିରାଟ ପଟୁଆରରେ ବିଜେ କରିବ । ପୂଜାପଣ୍ଡା ସାମନ୍ତ ମହାପ୍ରଭୁଙ୍କ ତିନୋଟି ଆଜ୍ଞାମାଳ ଆଣି ତିନୋଟି ଧଉରା କାଠ ଉପରେ ରଖିବେ ।

ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର ସେବାୟତମାନଙ୍କୁ ରାଜଗୁରୁ ଶାଢ଼ୀ ବାନ୍ଧିବା ପରେ ଆରମ୍ଭ ହେବ ରଥକାମ । ଆଜି ଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ଚନ୍ଦନ ଯାତ୍ରା । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୁଦେବୀ, ଶ୍ରୀଦେବୀ, ପଞ୍ଚୁ ପାଣ୍ଡଵ ଓ ରାମ କୃଷ୍ଣ ନରେନ୍ଦ୍ର ପୁଷ୍କରିଣୀରେ ନୌକା ବିହାର କରିବେ । ଏଥିପାଇଁ ନରେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଚିତ୍ରକର ସେବାୟତମାନେ ରଙ୍ଗ କରିବା ସହ ମହାରଣା ସେବାୟତଙ୍କ ଦ୍ବାରା ପ୍ରସ୍ତୁତ ହୋଇ ରହିଛନ୍ତି ନନ୍ଦା ଓ ଭଦ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା