Masthead

ଆଜିଠୁ ରଥ ନିର୍ମାଣ ଆରମ୍ଭ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିଠୁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ ।  ବିଧି ମୁତାବକ ଶ୍ରୀନଅର ରଥଖଳାରେ ତିନୋଟି ଧଉରା କାଠକୁ ପୂର୍ବରୁ ଶୋସ୍ତ୍ରୀୟ ବ୍ରାହ୍ମଣମାନେ ବନଯାଗ ବିଧିରେ ପୂଜାର୍ଚ୍ଚନା କରିବେ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କର ରଥ ନିର୍ମାଣ ପାଇଁ ଆଜ୍ଞାମାଳ ଏକ ବିରାଟ ପଟୁଆରରେ ବିଜେ କରିବ । ପୂଜାପଣ୍ଡା ସାମନ୍ତ ମହାପ୍ରଭୁଙ୍କ ତିନୋଟି ଆଜ୍ଞାମାଳ ଆଣି ତିନୋଟି ଧଉରା କାଠ ଉପରେ ରଖିବେ ।

ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର ସେବାୟତମାନଙ୍କୁ ରାଜଗୁରୁ ଶାଢ଼ୀ ବାନ୍ଧିବା ପରେ ଆରମ୍ଭ ହେବ ରଥକାମ । ଆଜି ଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ଚନ୍ଦନ ଯାତ୍ରା । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୁଦେବୀ, ଶ୍ରୀଦେବୀ, ପଞ୍ଚୁ ପାଣ୍ଡଵ ଓ ରାମ କୃଷ୍ଣ ନରେନ୍ଦ୍ର ପୁଷ୍କରିଣୀରେ ନୌକା ବିହାର କରିବେ । ଏଥିପାଇଁ ନରେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଚିତ୍ରକର ସେବାୟତମାନେ ରଙ୍ଗ କରିବା ସହ ମହାରଣା ସେବାୟତଙ୍କ ଦ୍ବାରା ପ୍ରସ୍ତୁତ ହୋଇ ରହିଛନ୍ତି ନନ୍ଦା ଓ ଭଦ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା