୩ ରଥକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାର ଅଭିମୁଖେ ଗଡ଼ିଲା ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା। ଏଥିପାଇଁ ରଥ, ପଥ ସବୁ ପ୍ରସ୍ତୁତ। ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ମହାପ୍ରଭୁଙ୍କ ଆଜ୍ଞାମାଳ । ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଛି ନନ୍ଦିଘୋଷ ଓ ଦର୍ପଦଳନ ରଥ । ଏହାପରେ ପ୍ରଭୁ ବଳରାମଙ୍କ ରଥ ତାଳଧ୍ୱଜକୁ ସିଂହଦ୍ୱାର ଅଭିମୁଖେ ଟଣାଯାଉଛି। କାଲି ରଥଯାତ୍ରା ଥିବାରୁ ଆଜି ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ଅଣାଯାଇଛି ୩ ରଥ। ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାରୁ ପଟି ଦିଅଁଙ୍କ ଠାରୁ ବିଜେ ହୋଇଥିଲା ଆଜ୍ଞାମାଳ। ୩ ରଥର ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଧରି ତିନି ରଥରେ ବିଜେ କରାଇଛନ୍ତି। ଏହା ପରେ ରଥଖଳାରୁ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣି ନେଇଛନ୍ତି ପୁଲିସ ଅଧିକାରୀ ଓ ବହୁ ଶ୍ରଦ୍ଧାଳୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ