Masthead

୩ ରଥକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାର ଅଭିମୁଖେ ଗଡ଼ିଲା ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା। ଏଥିପାଇଁ ରଥ, ପଥ ସବୁ ପ୍ରସ୍ତୁତ। ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ମହାପ୍ରଭୁଙ୍କ ଆଜ୍ଞାମାଳ । ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖରେ ଲାଗିଛି ନନ୍ଦିଘୋଷ ଓ ଦର୍ପଦଳନ ରଥ । ଏହାପରେ ପ୍ରଭୁ ବଳରାମଙ୍କ ରଥ ତାଳଧ୍ୱଜକୁ ସିଂହଦ୍ୱାର ଅଭିମୁଖେ ଟଣାଯାଉଛି। କାଲି ରଥଯାତ୍ରା ଥିବାରୁ ଆଜି ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ଅଣାଯାଇଛି ୩ ରଥ। ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାରୁ ପଟି ଦିଅଁଙ୍କ ଠାରୁ ବିଜେ ହୋଇଥିଲା ଆଜ୍ଞାମାଳ। ୩ ରଥର ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଧରି ତିନି ରଥରେ ବିଜେ କରାଇଛନ୍ତି। ଏହା ପରେ ରଥଖଳାରୁ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣି ନେଇଛନ୍ତି ପୁଲିସ ଅଧିକାରୀ ଓ ବହୁ ଶ୍ରଦ୍ଧାଳୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା