Masthead

ଭକ୍ତଙ୍କ ପାଇଁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜିଉ

ପୁରୀ(ବଡ଼ ଖବର ବ୍ୟୁରୋ): ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି । ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରତ୍ନ ସିଂହାସନ ଛାଡ଼ି ଭକ୍ତଙ୍କ ପାଇଁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜିଉ । ଘୋଷଯାତ୍ରା ପାଇଁ ରଥ-ପଥ-ଭକ୍ତ ପ୍ରସ୍ତୁତ । ଆଉ କିଛି ସମୟ ପରେ ଝୁଲି ଝୁଲି ବଡ଼ଦାଣ୍ଡକୁ ଆସିବ କାଳିଆ । ଭକତ ଜନଙ୍କ ଉଦ୍ଧାର ପାଇଁ ଶ୍ରୀମନ୍ଦିରରୁ ଓହ୍ଲାଇ ଆସିବେ ଜଗତ ସାଇଁ । ସାଢେ ୯ଟାରୁ ଆରମ୍ଭ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି । ଧାଡି ପହଣ୍ଡିରେ ରଥକୁ ଠାକୁର ବିଜେ କରିବେ ।

ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ରଥଯାତ୍ରା ପାଇଁ ସଜେଇ ହୋଇଛି ବଡ଼ ଦେଉଳ । ଚତୁର୍ଦ୍ଧାମୂରତିଙ୍କୁ କୋଳେଇବା ପାଇଁ ଅଧିର ହେଲେଣି ତିନି ରଥ । ସିଂହଦ୍ୱାର ସାମ୍ନାରେ ବଡ଼ଠାକୁରଙ୍କ ଅପେକ୍ଷାରେ ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ । ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ । ବଡଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୧୮୭ ପ୍ଲାଟୁନ ଫୋର୍ସ, ୧ହଜାର ପୁଲିସ ଅଧିକାରୀ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିନ୍ନକ୍ଷମଙ୍କ ପାଇଁ ରାଜ୍ୟ ସରକାରଙ୍କ ଚିନ୍ତା 🔴 କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ, କମ୍ପିବ ଗୃହ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଭିନ୍ନକ୍ଷମଙ୍କ ପାଇଁ ରାଜ୍ୟ ସରକାରଙ୍କ ଚିନ୍ତା 🔴 କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ, କମ୍ପିବ ଗୃହ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ