Masthead

ଭକ୍ତଙ୍କ ପାଇଁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜିଉ

ପୁରୀ(ବଡ଼ ଖବର ବ୍ୟୁରୋ): ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି । ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରତ୍ନ ସିଂହାସନ ଛାଡ଼ି ଭକ୍ତଙ୍କ ପାଇଁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜିଉ । ଘୋଷଯାତ୍ରା ପାଇଁ ରଥ-ପଥ-ଭକ୍ତ ପ୍ରସ୍ତୁତ । ଆଉ କିଛି ସମୟ ପରେ ଝୁଲି ଝୁଲି ବଡ଼ଦାଣ୍ଡକୁ ଆସିବ କାଳିଆ । ଭକତ ଜନଙ୍କ ଉଦ୍ଧାର ପାଇଁ ଶ୍ରୀମନ୍ଦିରରୁ ଓହ୍ଲାଇ ଆସିବେ ଜଗତ ସାଇଁ । ସାଢେ ୯ଟାରୁ ଆରମ୍ଭ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି । ଧାଡି ପହଣ୍ଡିରେ ରଥକୁ ଠାକୁର ବିଜେ କରିବେ ।

ତିନିରଥରେ ଶ୍ରୀଜିଉଙ୍କ ରୁନ୍ଧା ସହ ଚାରମାଳ ଫିଟା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ । ରଥଯାତ୍ରା ପାଇଁ ସଜେଇ ହୋଇଛି ବଡ଼ ଦେଉଳ । ଚତୁର୍ଦ୍ଧାମୂରତିଙ୍କୁ କୋଳେଇବା ପାଇଁ ଅଧିର ହେଲେଣି ତିନି ରଥ । ସିଂହଦ୍ୱାର ସାମ୍ନାରେ ବଡ଼ଠାକୁରଙ୍କ ଅପେକ୍ଷାରେ ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ । ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ । ବଡଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୧୮୭ ପ୍ଲାଟୁନ ଫୋର୍ସ, ୧ହଜାର ପୁଲିସ ଅଧିକାରୀ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ