Masthead

ରଥଯାତ୍ରା ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ):  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ ସହ ଆୟୋଜନ କରିବା ନେଇ ଆଜି ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ରଥଯାତ୍ରା ସମନ୍ଵୟ କମିଟି ବୈଠକ ଅନୁଷ୍ଠିତ ହେବ। ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଧ୍ୟକ୍ଷତାରେ ପୁରୀ ପୌରସଦନ ଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ବରିଷ୍ଠ ସେବାୟତ, ବୁଦ୍ଧିଜୀବୀ ଓ ସାମ୍ବାଦିକମାନେ ଭାଗ ନେବେ।

ରଥ ନିର୍ମାଣ ଅଗ୍ରଗତି, ରାସ୍ତାଘାଟ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ଆଇନ ଶୃଙ୍ଖଳା, ସ୍ୱାସ୍ଥ୍ୟ ସେବା, ଖାଦ୍ୟ ଓ ପାନୀୟ ଜଳଯୋଗାଣ ଏବଂ ଯୋଗାଯୋଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗରେ ଆଲୋଚନା କରାଯିବ। ସେହିପରି ପୁରୀ ମେଡ଼ିକାଲରେ ଡାକ୍ତର ଅଭାବ, ବିପର୍ଯ୍ୟସ୍ତ ଚିକିତ୍ସ ସେବାକୁ ନେଇ ପ୍ରସଙ୍ଗ ଉଠିବ। ସେପଟେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କିଭଳି ଶୀଘ୍ର ଶେଷ ହେବ ସେନେଇ ଚିନ୍ତା ପ୍ରକଟ କରିଛନ୍ତି ସେବାୟତ।

ସ୍ନାନଯାତ୍ରା ଓ ରଥଯାତ୍ରାରେ ଲକ୍ଷ ଲକ୍ଷ ଭକ୍ତ ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରକୁ ଆସିବାକୁ ଥିବାବେଳେ ଶ୍ରୀମନ୍ଦିରର ଚାରି ପାଖରେ ଯେଭଳି ନିର୍ମାଣ କାର୍ଯ୍ୟ ଚାଲିଛି ତାହା ବେଶ୍ ଅସୁବିଧା ହେବ ବୋଲି କହିଛନ୍ତି ସେବାୟତ।‌ ଅନ୍ୟପଟେ ଖୁବଶୀଘ୍ର ସମସ୍ତ କାର୍ଯ୍ୟ ଶେଷ ହୋଇଯିବ ବୋଲି ଆଶା ରଖିଛନ୍ତି ମୁଖ୍ୟ ପ୍ରଶାସକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି