Masthead

ଆଜି ପୁଣି ଗଡ଼ିବ ରଥ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପୁଣି ଗଡ଼ିବ ତିନି ରଥ । ସକାଳ ୯ଟା ୩୦ରେ ଟଣା ହେବ ତିନି ରଥ । ସିଂହଦ୍ୱାର ଛକରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଅଟକିଥିବା ବେଳେ ବଳଗଣ୍ଡି ଛକରେ ରହିଛି ବଳଭଦ୍ରଙ୍କ ରଥ । ସେହିପରି ମରିଚିକୋଟ ଛକରେ ରହିଛି ଦେବୀ ସୁଭଦ୍ରାଙ୍କ ରଥ । ଅବକାଶ ନୀତି ପରେ ଟଣା ହେବ ତିନି ରଥ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ସରକାରଙ୍କ ସମସ୍ତ ପ୍ରସ୍ତୁତି ପରେ ବି ରଥଟଣାରେ ହୋଇଥିବା ଅବ୍ୟବସ୍ଥା ଘଟଣା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଭୀଷଣ ଅସନ୍ତୁଷ୍ଟ କରିଛି । ଏବେବି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ବଡ଼ ଦାଣ୍ଡରେ ଅଛନ୍ତି । ସାରାରାତି ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି । ଆଉ କିଛି ସମୟ ପରେ ପୁଣିଥରେ ରଥ ଟଣା ହେବ । ସେଥିପାଇଁ ସକାଳୁ ସକାଳୁ ମଧ୍ୟ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ