ସିଂହଧ୍ୱଜରେ ବୁଲିବେ ସିଂହବାହିନୀ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଆଜି ରଥଯାତ୍ରା । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଯାଜପୁର ବିରଜା କ୍ଷେତ୍ର । ରଥଯାତ୍ରା ପାଇଁ ସେବାୟତଙ୍କ ସଂଖ୍ୟା ୬୦ରେ ସୀମିତ ରଖିବା ସହ ରଥ ଚାଳନା ପାଇଁ ୧୮, ରଥ ଟାଣିବା ପାଇଁ ୬୦, ଲାଖବିନ୍ଧା କାର୍ୟ୍ୟ ସମ୍ପନ୍ନ ପାଇଁ ୯୯ ଜଣଙ୍କୁ ଅନୁମତି ପ୍ରଦାନ କରାଯାଇଛି । ମା’ଙ୍କ ମହାସ୍ନାନ ପାଇଁ ୨୦ ଜଣ ବୈତରଣୀ ବ୍ରାହ୍ମଣଙ୍କୁ ନିୟୋଜିତ ହୋଇଛନ୍ତି । ମନ୍ଦିର ଚତୁପାର୍ଶ୍ୱରେ ୯ ଦିନ ପାଇଁ ୧୪୪ ଧାରା ବଳବତ୍ତର ରଖାଜିବ ।

ସେପଟେ ରଥଯାତ୍ରା ପୂର୍ବରୁ ସେବାୟତଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା । ରଥଯାତ୍ରାରେ ସାମିଲ ହେବାକୁ ଥିବା ସବୁ ସେବାୟତ ଓ ପୋଲିସଙ୍କ ୩ଟି ପର୍ୟ୍ୟାୟରେ କୋଭିଡ୍‌ ଟେଷ୍ଟ ହେବାକୁ ଥିବା ବେଳେ ପ୍ରଥମ ପର୍ୟ୍ୟାୟରେ ସେବାୟତମାନଙ୍କ କୋଭିଡ୍‌ ଟେଷ୍ଟ କାରଯାଇଥିଲା । ବିରଜା କଲ୍ୟାଣ ମଣ୍ଡପଠାରେ ପାଖାପାଖି ୨୫୦ ସେବାୟତଙ୍କ ଟେଷ୍ଟ ହୋଇଛି । ସାମାଜିକ ଦୂରତା ରକ୍ଷା କରି ଏହି ଟେଷ୍ଟ କରାଯାଇଛି ।

ମା’ ବିରଜାଙ୍କ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ଆୟୋଜନ ପାଇଁ ଅନୁମତି ପ୍ରସଂଗ ନେଇ ହାଇକୋର୍ଟରେ ପିଟିସନ ଫାଇଲ୍ ହୋଇଥିଲା । ଏସମ୍ପର୍ତିକ ମାମଲାର ଶୁଣାଣି କରି ଯାଜପୁର ଜିଲ୍ଲାପାଳ ଓ ଏସପିଙ୍କ ନିକଟରୁ ରିପୋର୍ଟ ତଲବ କରିଥିଲେ ହାଇକୋର୍ଟ ।

ଶାରଦୀୟ ଦୁର୍ଗା ପୂଜା ଅବସରରେ ମା’ ବିରଜାଙ୍କ ମନ୍ଦିରରେ ନବ ଦିନାତ୍ମକ ରଥଯାତ୍ରା କେଉଁ କାଳରୁ ଅନୁଷ୍ଠିତ ହୋଇଆସୁଛି । ୯ ଦିନ ବ୍ୟାପୀ ମାଆ ବିରଜାଙ୍କ ଚଳନ୍ତି ପ୍ରତିମା ସିଂହଧ୍ୱଜ ରଥରେ ମନ୍ଦିର ପରିକ୍ରମା କରନ୍ତି । ଚଳିତ ବର୍ଷ କରୋନା କଟକଣା ଭିତରେ ରଥଯାତ୍ରା ଆୟୋଜନ ପାଇଁ ଅନୁମତି ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଥିଲେ ।

ଆବେଦନକାରୀ ଦର୍ଶାଇଥିଲେ ଯେ, ରଥଯାତ୍ରା ବନ୍ଦ ହୋଇଗଲେ ଦୀର୍ଘ ବର୍ଷର ପରମ୍ପରା ଭାଙ୍ଗିଯିବ । ଅନ୍ୟ କୌଣସି ଶକ୍ତି ପୀଠରେ ରଥଯାତ୍ରା ହେଉ ନଥିବା ବେଳେ କେବଳ ବିରଜାକ୍ଷେତ୍ରରେ ମା’ଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!