Masthead

ରତ୍ନଭଣ୍ଡାର ମାମଲା, ୪ ପ୍ରତିପକ୍ଷଙ୍କୁୁ ନୋଟିସ କଲେ ହାଇକୋର୍ଟ

କଟକ (ବଡ଼ ଖବର ବ୍ୟୁରୋ)ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ମାମଲାର ହୋଇଛି ଶୁଣାଣି । ଜବାବ ରଖିବା ପାଇଁ ପ୍ରତିପକ୍ଷ ୪ଜଣଙ୍କୁ ନୋଟିସ କଲେ ଉଚ୍ଚନ୍ୟାୟାଳୟ । ଶ୍ରୀ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସନଙ୍କୁ ନୋଟିସ । ଏଏସ୍ଆଇ ଡ଼ିଜି, ଏଏସ୍ଆଇ ଅଧୀକ୍ଷକଙ୍କୁ ନୋଟିସ । ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନ ଆଧାରରେ ନୋଟିସ ।

ଅଗଷ୍ଟ ୭ରେ ମାମଲାର ପରବର୍ତ୍ତି ଶୁଣାଣି ପାଇଁ ଦିନ ଧାର୍ଯ୍ୟ କାଯୋଇଛି । ରତ୍ନଭଣ୍ଡାର ଖୋଲିବା ଓ ଚାବି ହଜିବା ପାଇଁ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ହାଇକୋର୍ଟଙ୍କ ନିକଟରେ ଫେରାଦ ହୋଇଥିଲେ ସମୀର । ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଉ ।

କାର୍ୟ୍ୟରତ ବିଚାରପତିଙ୍କ ତତ୍ତ୍ୱାବଧାନରେ ରତ୍ନଭଣ୍ଡାର ଖୋଲି ସବିଶେଷ ତାଲିକା ପ୍ରସ୍ତୁତ କରାଯାଉ ଏହା ସହିତ ରତ୍ନଭଣ୍ଡାର ଚାବି କିପରି ହଜିଲା ସିବିଆଇ ତଦନ୍ତ ଦାବି କରିଛନ୍ତି । ସମୀର ମହାନ୍ତିଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ୟ୍ୟ ପରିଚାଳନା କରୁଛନ୍ତି ।ନିକଟରେ ଏହି ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଥିଲେ, ହାଇକୋର୍ଟ ଯାହା ନିର୍ଦ୍ଦେଶ ଦେବେ ରାଜ୍ୟ ସରକାର ବିଚାର ବିମର୍ଶ କରି ପଦକ୍ଷେପ ନେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ