ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାବ ରତ୍ନଭଣ୍ଡାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥଙ୍କ ସୂଚନା । ରତ୍ନଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ଜଷ୍ଟିସ ରଥଙ୍କ ସୂଚନା ଦେଇଛନ୍ତି । ସେ କହିଛନ୍ତି ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ । ଭିତର ଭଣ୍ଡାର ତାଲା ଖୋଲାଯାଇ ଅଳଙ୍କାର ସ୍ଥାନାନ୍ତରଣ ହେବ ।

ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତର ହେବ । ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି କହିଛନ୍ତି ଜଷ୍ଟିସ ରଥ । ସେ ଆହୁରି ମଧ୍ୟ କହିଛନ୍ତି ଅସ୍ଥାୟୀ ରତ୍ନଭଣ୍ଡାର ‘ଖଟଶେଯ ଘର’କୁ ସ୍ଥାନାନ୍ତରଣ କରାଯିବ । ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲା ସିଲ୍‌ କରାଯିବ । ତାଲାକୁ ଜଉମୁଦ ସିଲ୍‌ କରାଯାଇ ଚାବି ଟ୍ରେଜେରୀରେ ରଖାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ