Masthead

ଜବତ ଗଞ୍ଜେଇର ପତ୍ତା ମିଳୁନି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ସହର ଭିତରୁ ୩୫ ପକେଟ୍ ଗଞ୍ଜେଇ ଜବତ ହୋଇଛି । ପଡ଼ୋଶୀ ରାଜ୍ୟ ଛତିଶଗଡ଼କୁ ଚାଲାଣ ହେଉଥିବା ବେଳେ ଆମ୍ବାଗୁଡା଼ ନିକଟରୁ କାର୍ଟୁନ ବୋଝେଇ ଟ୍ରକରୁ ୩୫ ପକେଟ୍ ଗଞ୍ଜେଇ ଜବତ କରିଛି ପୋଲିସ । ଘଟଣାସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ହୋଇଥବା ବେଳେ ଟ୍ରକକୁ ଥାନାକୁ ଅଣାଯାଇଛି । ଏହାସହ ଟ୍ରକ୍ ମାଲିକଙ୍କୁ ଅଟକରଖି ପୋଲିସ ପଚରାଉଚରା ଜାରି ରଖିଛି ପୋଲିସ । ଜବତ ଗଞ୍ଜେଇର ପରିମାଣ କେତେ ହେବ ତାହା ସ୍ପଷ୍ଟ ହୋଇନାହିଁ । ତେବେ ଏତେ ପରିମାଣର ଗଞ୍ଜେଇ ସହର ଭିତରୁ କେମିତି ଆସିଲା ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଅନ୍ୟପଟେ ରାୟଗଡ଼ା ଜିଲ୍ଲାରେ ଗତ ୩ ମାସ ଭିତରେ ପୋଲିସ ୪୫ କ୍ୟୁଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି । ତେବେ ପୋଲିସ ଦ୍ୱାରା ଜବତ ଗଞ୍ଜେଇ କୁଆଡେ ଯାଉଛି ବୋଲି ବୁଦ୍ଧିଜୀବୀ ମହଲରେ ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ