Masthead

ଉଦାହରଣ ସୃଷ୍ଟି କଲେ ଉପ-ଜିଲ୍ଲାପାଳ

ମୁନିଗୁଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ା ବ୍ଲକ ଅଧିନସ୍ଥ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରଘୁବାରି ଘାଟିର ଡ଼ିମିରିଗୁଡା ପଞ୍ଚାୟତର ଅପହଞ୍ଚ ୪ ଗ୍ରାମ କେସୁର, ଉଚେପାରୁ, ପାଟଣା, ପୋଏଲଝରନ ଗ୍ରାମବାସୀଙ୍କ ସମସ୍ୟା ବୁଝିଲେ ଗୁଣୁପୁର ଉପଜିଲ୍ଲାପାଳ ସୋନାଲ ଜେନା । ୩ କିଲୋମିଟର ପାହାଡ଼ ପର୍ବତ ଘେରା ଅଙ୍କାବଙ୍କା ରାସ୍ତାରେ ଚାଲି ଚାଲି ସେ ଗାଁରେ ପହଞ୍ଚିଲେ । ଉପ-ଜିଲ୍ଲାପାଳଙ୍କ ସାଥିରେ ମୁନିଗୁଡ଼ା ବ୍ଲକର ବିଡିଓ ଦିଲ୍ଲୀପ କୁମାର ବେହେରା, ମୁନିଗୁଡ଼ା ତହସିଲଦାର ଦେବାଶିଷ ଗୌଡ଼, ମୁନିଗୁଡ଼ା ବନଖଣ୍ଡ ଅଧିକାରୀ ପ୍ରସନ୍ନ କୁମାର ମିଶ୍ର ପ୍ରମୁଖଙ୍କ ସହ ବ୍ଲକର ସମସ୍ତ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ । ସେ ସ୍ଥାନୀୟ ଲୋକଙ୍କ ମୌଳିକ ସମସ୍ୟା ପଚାରି ବୁଝିଥିଲେ । ଗମନା ଗମନ ପାଇଁ ରାସ୍ତା ଖଣ୍ଡିଏ ନ ଥିବା ଯୋଗୁ ଅନେକ ସମସ୍ୟାର ସମ୍ମୁଖୀନ ହେବାସହ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ପରି ମୌଳିକ ଅଧିକାରରୁ ବଞ୍ଚିତ ହେଉଛନ୍ତି । ଉପ-ଜିଲ୍ଲାପାଳ ଗ୍ରାମରେ ଲାଗିରହିଥିବା ପାନୀୟ ଜଳ ସମସ୍ୟାକୁ ପ୍ରାଥମିକତା ଦେଇ କିପରି ସେମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା କରିବାକୁ ଆରଡବ୍ଲୁଏସଏସର ଯନ୍ତ୍ରୀକୁ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ଦିନରେ ଗ୍ରାମବାସୀଙ୍କ ସମସ୍ତ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଉପ-ଜିଲ୍ଲାପାଳ ଗ୍ରାମବାସୀଙ୍କୁ ଆଶ୍ୱାସନା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା