Masthead

ଉଦାହରଣ ସୃଷ୍ଟି କଲେ ଉପ-ଜିଲ୍ଲାପାଳ

ମୁନିଗୁଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲାର ମୁନିଗୁଡ଼ା ବ୍ଲକ ଅଧିନସ୍ଥ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରଘୁବାରି ଘାଟିର ଡ଼ିମିରିଗୁଡା ପଞ୍ଚାୟତର ଅପହଞ୍ଚ ୪ ଗ୍ରାମ କେସୁର, ଉଚେପାରୁ, ପାଟଣା, ପୋଏଲଝରନ ଗ୍ରାମବାସୀଙ୍କ ସମସ୍ୟା ବୁଝିଲେ ଗୁଣୁପୁର ଉପଜିଲ୍ଲାପାଳ ସୋନାଲ ଜେନା । ୩ କିଲୋମିଟର ପାହାଡ଼ ପର୍ବତ ଘେରା ଅଙ୍କାବଙ୍କା ରାସ୍ତାରେ ଚାଲି ଚାଲି ସେ ଗାଁରେ ପହଞ୍ଚିଲେ । ଉପ-ଜିଲ୍ଲାପାଳଙ୍କ ସାଥିରେ ମୁନିଗୁଡ଼ା ବ୍ଲକର ବିଡିଓ ଦିଲ୍ଲୀପ କୁମାର ବେହେରା, ମୁନିଗୁଡ଼ା ତହସିଲଦାର ଦେବାଶିଷ ଗୌଡ଼, ମୁନିଗୁଡ଼ା ବନଖଣ୍ଡ ଅଧିକାରୀ ପ୍ରସନ୍ନ କୁମାର ମିଶ୍ର ପ୍ରମୁଖଙ୍କ ସହ ବ୍ଲକର ସମସ୍ତ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ । ସେ ସ୍ଥାନୀୟ ଲୋକଙ୍କ ମୌଳିକ ସମସ୍ୟା ପଚାରି ବୁଝିଥିଲେ । ଗମନା ଗମନ ପାଇଁ ରାସ୍ତା ଖଣ୍ଡିଏ ନ ଥିବା ଯୋଗୁ ଅନେକ ସମସ୍ୟାର ସମ୍ମୁଖୀନ ହେବାସହ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ପରି ମୌଳିକ ଅଧିକାରରୁ ବଞ୍ଚିତ ହେଉଛନ୍ତି । ଉପ-ଜିଲ୍ଲାପାଳ ଗ୍ରାମରେ ଲାଗିରହିଥିବା ପାନୀୟ ଜଳ ସମସ୍ୟାକୁ ପ୍ରାଥମିକତା ଦେଇ କିପରି ସେମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା କରିବାକୁ ଆରଡବ୍ଲୁଏସଏସର ଯନ୍ତ୍ରୀକୁ ନିର୍ଦ୍ଦେଶ ଦେଇଥିଲେ । ଆସନ୍ତା ଦିନରେ ଗ୍ରାମବାସୀଙ୍କ ସମସ୍ତ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଉପ-ଜିଲ୍ଲାପାଳ ଗ୍ରାମବାସୀଙ୍କୁ ଆଶ୍ୱାସନା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ