Masthead

ଆଜିଠୁ ୟୁଟ୍ୟୁବରେ ପାଠପଢ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନାର ଦ୍ବିତୀୟ ଲହର ଯୋଗୁଁ ୨୦୨୧-୨୨ ଶିକ୍ଷାବର୍ଷର ପାଠପଢ଼ା ବ୍ୟାହତ ହୋଇଛି। ଶିକ୍ଷାବର୍ଷର ୩ ମାସ ଗଡ଼ି ଯାଇଥିଲେ ମଧ୍ୟ ଏ ପର୍ୟ୍ୟନ୍ତ ଗୋଟିଏ ବି ଶ୍ରେଣୀର କ୍ଲାସରୁମ୍ ଶିକ୍ଷାଦାନ ହୋଇପାରି ନାହିଁ। ତାହାକୁ ଦୃଷ୍ଟିରେ ରଖି ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କୁ ୟୁ-ଟ୍ୟୁବରେ ଶିକ୍ଷାଦାନ ଲାଗି ଗଣଶିକ୍ଷା ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। କେଉଁ ଦିନ କେଉଁ ବିଷୟର ପାଠପଢ଼ା ହେବ, ସେନେଇ ରୁଟିନ୍ ପ୍ରକାଶ କରାଯାଇଛି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠପଢ଼ା ଜୁନ୍ ୨୧ରୁ ଜୁଲାଇ ୩୧ ପର୍ୟ୍ୟନ୍ତ ଚାଲିବ। ସୋମବାରରୁ ଶୁକ୍ରବାର ସକାଳ ୧୦ଟା ୪୫ରୁ ଅପରାହ୍ଣ ଗୋଟାଏ ପର୍ୟ୍ୟନ୍ତ ଦିନକୁ ୪ଟି ପିରିୟଡ୍ ହେବ। ସେହିପରି ସୋମବାରଠାରୁ ଜୁଲାଇ ୭ ପର୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ମଧ୍ୟ ୟୁଟ୍ୟୁବରେ ହେବ।

ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ୯ଟାରୁ ୧୦ଟା ପର୍ୟ୍ୟନ୍ତ ଏବଂ ୪ର୍ଥରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ପିଲାଙ୍କ ଲାଗି ସକାଳ ୯ଟାରୁ ୧୦ଟା ୩୦ ପର୍ୟ୍ୟନ୍ତ ପାଠପଢ଼ା ଚାଲିବ। ୟୁଟ୍ୟୁବରେ ଯେଉଁ ବିଷୟ ପଢ଼ାଯିବ, ବିଦ୍ୟାଳୟର ସମ୍ପୃକ୍ତ ବିଷୟର ଶିକ୍ଷକ ତାହାକୁ ଦେଖିବେ ଏବଂ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରହୁଥିବା ଦ୍ବନ୍ଦ୍ବକୁ ଚାଟ୍ ଓ ଭଏସ୍ କଲ୍ ମାଧ୍ୟମରେ ଦୂର କରିବେ। କେଉଁ ଦିନ କେତେ ଛାତ୍ରଛାତ୍ରୀ ୟୁଟ୍ୟୁବରେ ପଢ଼ିଲେ ସ୍କୁଲ ଶିକ୍ଷକ ତାହାର ତଥ୍ୟ ରଖିବେ। ସ୍କୁଲ ଶିକ୍ଷକମାନେ ବିଷୟ ଅନୁଯାୟୀ, କ୍ଲାସ ଅନୁଯାୟୀ ପ୍ରତି ଚାପ୍ଟରର ୱାର୍କସିଟ୍ ପ୍ରସ୍ତୁତ କରିବେ ଏବଂ ତାହାକୁ ପିଲାଙ୍କ ନିକଟକୁ ହ୍ବାଟସ୍ଆପରେ ପଠାଇବେ। ପ୍ରତି ପିଲାର ୱାର୍କସିଟକୁ ମୂଲ୍ୟାୟନ କରି ସ୍କୋର ପ୍ରଦାନ କରିବେ। ସେଗୁଡ଼ିକୁ ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରୀୟ ଅଧିକାରୀମାନେ ଅନୁଧ୍ୟାନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ