Masthead

ଓଡ଼ିଶାରେ ରେକର୍ଡ ଭାଙ୍ଗିବ ଜାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ:) ଧିରେ ଧିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ପହଞ୍ଚିଛି । ସମସ୍ତ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ତେବେ ଏହାମଧ୍ୟରେ ପାଣିପାଗ ବିଭାଗ ଦେଇଛି ଆଉ ଏକ ବଡ଼ ଖବର । ଆଗକୁ ଶୀତର ପରିମାଣ ବୃଦ୍ଧି ପାଇବ ଏବଂ ଓଡ଼ିଶାରେ ରେକର୍ଡ ଭାଙ୍ଗିବ ଜାଡ଼ । ତେବେ ଶୀତ ଲହରୀ ପାଇଁ ପାଣିପାଗ ବିଭାଗ ସତର୍କ କରାଇଛି । ଆଗାମୀ ୨ ଦିନରେ ଶୀତର ପରିମାଣ ବୃଦ୍ଧି ପାଇବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜରାରି କରିଛି ପାଣିପାଗ ବିଭାଗ । ଶୀତ ଲହରୀରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳ ଓଡ଼ିଶା । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସତର୍କ ମଧ୍ୟ କରାଯାଇଛି ।

ବର୍ତ୍ତମାନ ଦେଶର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀରୁ କମ୍ ରହୁଥିବା ବେଳେ କେତେକ ସ୍ଥାନରେ ବରଫ ମଧ୍ୟ ପଡିଲାଣି । ତେବେ ନଭେମ୍ବର ମାସ ଶେଷ ହେବାକୁ ଯାଉଥିବା ବେଳେ ଡିସେମ୍ବର ମାସ ସବୁଠାରୁ ଥଣ୍ଡା ମାସ ବୋଲି ପ୍ରମାଣିତ ହେବାକୁ ଯାଇଛି । ସାରା ଦେଶରେ ଭୀଷଣ ଥଣ୍ଡା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେପ୍ଟେମ୍ବର ମାସରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ ଆକଳନ କରାଯାଇଥିଲା । ରାଉରକେଲାରେ ୭ ଡିଗ୍ରୀ, ଝାରସୁଗୁଡ଼ା, କେନ୍ଦୁଝର ଓ ଫୁଲବାଣୀରେ ୯ଡିଗ୍ରୀ, କୋରାପୁଟ, ଭବାନୀପାଟଣା, କେନ୍ଦୁଝର ଓ ଝାରସୁଗୁଡ଼ାରେ ରାତି ତାପମାତ୍ରା ୯ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ସୋମବାର ବି ରାଉରକେଲାରେ ୭ ଡିଗ୍ରୀ ରହିବ ।

ଝାରସୁଗୁଡ଼ା, ଫୁଲବାଣୀ, ବୌଦ୍ଧ ଓ ଅନୁଗୁଳରେ ରାତି ତାପମାତ୍ରା ୯ ଡିଗ୍ରୀ ରହିବା ସମ୍ଭାବନା ଅଛି । ୧୭ ତାରିଖରୁ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଝାରସୁଗୁଡ଼ା, ଗଞ୍ଜାମ ଓ କଳାହାଣ୍ଡିର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ଅଛି । ସେପଟେ ସୁନ୍ଦରଗଡ଼ରେ ତଳମୁହାଁ ହୋଇଛି ପାରଦ । ଭୋର ସମୟରେ ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍