Masthead

ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ରେକର୍ଡ ଭାଙ୍ଗିଲା ତାତି । ୪୪.୬ ଡିଗ୍ରି ସହ ଝାରସୁଗୁଡ଼ା ପାଲଟିଲା ଦେଶର ସବୁଠୁ ଉତ୍ତପ୍ତ ସହର । ରାଜ୍ୟରେ ୨୫ ସ୍ଥାନରେ ତାମପାତ୍ରା ୪୦ ଉପରେ ରହିଛି । ଢେଙ୍କାନାଳ ଦେଶର ଦଶମ ଉତ୍ତପ୍ତ ସହର ହୋଇଥିବା ବେଳେ ଅନୁଗୁଳ ୧୨ତମ ସ୍ଥାନରେ ରହିଥିଲା । ପାଣିପାଗ ବିଭାଗ ସତର୍କ କରାଇଛି ଯେ, ତାତି ଆହୁରି ବଢ଼ିବ, ଅସମ୍ଭାଳ ହେବ । ଖୁବଶୀଘ୍ର ତାପମାତ୍ରା ୪୫ଡିଗ୍ରି ଟପିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆହୁରି ୫ଦିନ ଗ୍ରୀଷ୍ମ ଯନ୍ତ୍ରଣା ଜାରି ରହିବ ବୋଲି କୁହାଯାଇଛି । ଆଜି ବି ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିବ ।ପକୂଳ ଓ ଦକ୍ଷିଣ ଓଡ଼ିଶା ବି ବର୍ତ୍ତିବ ନାହିଁ । ବୁଧବାର ଝାରସୁଗୁଡ଼ା ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଏଠାରେ ତାପମାତ୍ରା ୪୫ ଡିଗ୍ରୀ ପାଖାପାଖି ଲାଗି ଯାଇଥିଲା । ଢେଙ୍କାନାଳ ଦଶମ ଉତ୍ତପ୍ତ ସହର ଓ ଅନୁଗୁଳ ୧୨ତମ ସ୍ଥାନରେ ରହିଥିଲା ।ଝାରସୁଗୁଡ଼ା, ବଲାଙ୍ଗୀର, ଟିଟିଲାଗଡ଼ ଓ ସମ୍ବଲପୁରରେ ତାତି ୪୫ ଡିଗ୍ରୀ ଛୁଇଁପାରେ । ରାଉରକେଲା, ସୋନପୁର ଓ ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୪୩ ଡିଗ୍ରୀ ରହିପାରେ ।

୨୪ ଓ ୨୫ ତାରିଖରେ ବି ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ରୁ ୪୪ ଡିଗ୍ରୀ ପାଖାପାଖି ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨୩ ଓ ୨୪ ତାରିଖ ଖୋର୍ଦ୍ଧା, ଭୁବନେଶ୍ୱର, ଯାଜପୁର, କଟକ ଓ ଭଦ୍ରକରେ ତାତି ୪୦ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ । ୨୬ ତାରିଖରେ ଉପକୂଳରେ ତାତି କମ୍ ରହିପାରେ । ୨୭ ତାରିଖଠାରୁ ରାଜ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ