Masthead

ଭିଜିଲାନ୍ସ ଇତିହାସରେ ରେକର୍ଡ, ବାବୁଙ୍କ ଘରୁ ମିଳିଲା ୪ କୋଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଟକ ସର୍କଲ ମାଇନ୍ସ ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୦ଟା ୩୦ ମିନିଟ ସମୟରେ ମହାନ୍ତିଙ୍କୁ ଭିଜିଲାନ୍ସ ଧରିଛିି। କୋଲ ଡିପୋ ସୁରୁଖୁରୁରେ ଚଳାଇବା ପାଇଁ ଜଣେ ବ୍ୟବସାୟୀଙ୍କଠାରୁ ସେ ୩୦,୦୦୦ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯିବା ସହ ତାଙ୍କୁ ଗିରଫ କରାଯାଇଛି। କଟକ ଅଫିସ, ଭୁବନେଶ୍ୱର ଶ୍ରୀବିହାର ଘର ସମେତ ଏକାଧିକ ସ୍ଥାନରେ ରେଡ୍‌ ହୋଇଛି। ବେଆଇନ ସଂପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି।

ଦେବବ୍ରତ ମହାନ୍ତିଙ୍କ ଘରୁ ବର୍ତ୍ତମାନ ସୁଦ୍ଧା ୪ କୋଟି ଟଙ୍କା ଜବତ କରାଯାଇଛି । ଏଥିସହ ତାଙ୍କ ଅଫିସ୍ ଡ୍ରୟରରୁ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ ହୋଇଛି । ଖାଲି ଟଙ୍କା ନୁହେଁ ବିପୁଳ ସୁନା ମଧ୍ୟ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ । ପାଖାପାଖି ୧୩୦ ଗ୍ରାମ୍‌ ସୁନା ମିଳିଛି ବାବୁଙ୍କ ଘରୁ । ଭୁବନେଶ୍ବର ପାହାଳରେ ୨୪ ଶହ ବର୍ଗଫୁଟର ଏକ ଦୁଇ ମହଲା ଘର ମଧ୍ୟ  ରହିଛି । ଏବେବି ବାବୁଙ୍କ ସମ୍ପୂର୍ଣ୍ଣ ସମ୍ପତ୍ତିର ଆକଳନ କରୁଛି ଭିଜିଲାନ୍ସ । ବିଭିନ୍ନ ସ୍ଥାନରେ ରେଡ୍ ଚାଲିଥିବାରୁ ଆହୁରି ଲକ୍ଷ ଲକ୍ଷ ଟଙ୍କା ଜବତ ହୋଇପାରେ । ଜଣେ ବାବୁଙ୍କ ଘରୁ ୪ କୋଟିରୁ ଅଧିକ ଟଙ୍କା ମିଳିବା ଘଟଣା ଓଡ଼ିଶା ଭିଜିଲାନ୍ସ ଇତିହାସରେ ରେକର୍ଡ ବୋଲି କୁହାଯାଉଛି । ଜଣେ ବ୍ୟବସାୟୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ