ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ଉତ୍ତର ଓଡ଼ିଶାରେ ବନ୍ୟା ଭୟ । ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବଡ଼ ବନ୍ୟା ଆଶଙ୍କା । ଫୁଲୁଛି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଡ଼ ବନ୍ୟା ଆଶଙ୍କା । ସତର୍କ ରହିବାକୁ ୨ ଜିଲ୍ଲାପାଳଙ୍କୁ କରାଗଲା ଆଲର୍ଟ । ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ ପରେ ତିନିଦିନ ପାଇଁ ଅଙ୍ଗନବାଡି ଓ ଦିନକ ପାଇଁ ସ୍କୁଲ ବନ୍ଦ ।

ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ଆଜି, ଆସନ୍ତାକାଲି ଓ ବୁଧବାର ଯାଏ ବନ୍ଦ ରହିବ । ପ୍ରଥମରୁ ଦଶମ ଶ୍ରେଣୀ ଯାଏ କେବଳ ଆଜି ପାଇଁ ବନ୍ଦ ରହିବ । ପାଗରେ ପରିବର୍ତ୍ତନ ଆସିବା ପରେ ଏହି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଖୋଲାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାର ବିଭିନ୍ନ ଛୋଟବଡ଼ ନଦୀନାଳ କେତେକ ସ୍ଥାନରେ ଉଛୁଳି ବନ୍ୟାସ୍ଥିତି ସୃଷ୍ଟି କରିଥିବାର ମଧ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’