Masthead

ଜଗତସିଂହପୁର ଓ ପୁରୀକୁ ରେଡ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତ ।  ଆଗାମୀ ୪ ଘଣ୍ଟାରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି ।  ଆଜି ମଧ୍ୟରାତି କିମ୍ବା ଆସନ୍ତାକାଲି ଭୋର ସୁଦ୍ଧା ଓଡ଼ିଶା ଉପକୂଳ ଗତି କରିବା ସମ୍ଭାବନା ।  ପାରାଦୀପ ଓ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ। ପ୍ରଭାବରେ ଓଡିଶା ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା। ଟୁଇନ୍ ସିଟିରେ ତୁହାକୁ ତୁହା ବର୍ଷା ଜାରି ରହିଛି ।

ଗଭୀରଅବପାତ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି ।  ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି ।   ପଶ୍ଚିମକେନ୍ଦ୍ରୀୟ ବଂଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ  ।

 ପାରାଦୀପରୁ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ଅଧିକ ସମ୍ଭାବନା ରହିଛି।  ସମ୍ଭାବ୍ୟ ଗଭୀରଅବପାତ ପ୍ରଭାବରେ  ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି।  ଆଜି ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ଉତ୍ତର ଉପକୂଳର ୧୪ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ସହ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି ହୋଇଛି। ୩ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା