ଜଗତସିଂହପୁର ଓ ପୁରୀକୁ ରେଡ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତ ।  ଆଗାମୀ ୪ ଘଣ୍ଟାରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି ।  ଆଜି ମଧ୍ୟରାତି କିମ୍ବା ଆସନ୍ତାକାଲି ଭୋର ସୁଦ୍ଧା ଓଡ଼ିଶା ଉପକୂଳ ଗତି କରିବା ସମ୍ଭାବନା ।  ପାରାଦୀପ ଓ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ। ପ୍ରଭାବରେ ଓଡିଶା ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା। ଟୁଇନ୍ ସିଟିରେ ତୁହାକୁ ତୁହା ବର୍ଷା ଜାରି ରହିଛି ।

ଗଭୀରଅବପାତ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି ।  ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି ।   ପଶ୍ଚିମକେନ୍ଦ୍ରୀୟ ବଂଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ  ।

 ପାରାଦୀପରୁ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ଅଧିକ ସମ୍ଭାବନା ରହିଛି।  ସମ୍ଭାବ୍ୟ ଗଭୀରଅବପାତ ପ୍ରଭାବରେ  ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି।  ଆଜି ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ଉତ୍ତର ଉପକୂଳର ୧୪ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ସହ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି ହୋଇଛି। ୩ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ