ବର୍ଷା ପାଇଁ ଓଡ଼ିଶାକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷା ପାଇଁ ଓଡ଼ିଶାକୁ ରେଡ୍‌ ଆଲର୍ଟ । ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।  ଓଡ଼ିଶାର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ୱାର୍ଣ୍ଣିଂ କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାକୁ ଆଲର୍ଟ କରାଯାଇଛି।  ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ ସୃଷ୍ଟି ।  ଏହା ବଳ ଗୋଟାଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଅଵପାତ ।

ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏବେ ପରବର୍ତ୍ତୀ ୨ରୁ ୩ ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି । ଟୁଇନ୍ ସିଟିରେ ବି ଝିପ୍‌ ଝିପ୍‌ ବର୍ଷା ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!