Masthead

‘ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରୁ ହଟିବ ନାଲି ବତି। ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ରେ ଫସିବାକୁ ପଡ଼ିବନି। ନୂଆ ବିକଳ୍ପ ଚିନ୍ତା କରୁଛନ୍ତି ସରକାର ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତି ନିଆଯିବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ମହାପାତ୍ର ।

ଏହାସହ ଟ୍ୱିନସିଟି ମଧ୍ୟରେ ଯାତାୟାତ ସୁଗମ କରିବାକୁ ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପକୁ ଗୁରୁତ୍ୱ ଦିଆଯିବ । ରାଜ୍ୟ ବଜେଟ ସ୍ଥିତି ସମୀକ୍ଷା ପରେ ଦରକାର ପଡ଼ିଲେ କେନ୍ଦ୍ର ସରକାରଙ୍କ ସହଯୋଗ ନିଆଯିବ । ଡବଲ ଇଞ୍ଜିନ ସରକାର ନିଶ୍ଚିତ ଏଥିପାଇଁ ଓଡ଼ିଶାକୁ ସହଯୋଗ କରିବେ । ମେଟ୍ରୋ ଏକ ବଡ଼ ବ୍ୟବସ୍ଥା । ତାକୁ କିଭଳି ତ୍ୱରାନ୍ୱିତ କରାଯିବ, ବର୍ଷା ଦିନରେ କିଭଳି କାମ ଚାଲିବ, ସେନେଇ ଖୁବଶୀଘ୍ର ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ ବୋଲି କହିଛନ୍ତି ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି