Masthead

ବିଜାପୁରରେ ପୁଣି ଲାଲ ଆତଙ୍କ

ବିଜାପୁର (ବଡ଼ ଖବର ବ୍ୟୁରୋ): ଛତିଶଗଡ ବିଜାପୁରରେ ପୁଣି ଲାଲ ଆତଙ୍କ । ପୋଲିସ ଇନଫରମର ସନ୍ଦେହରେ ୩ ଜଣ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ଅପହରଣ କରିନେଇଥିବା ସୂଚନା ମିଳିଛି । ଛତିଶଗଡ ବିଜାପୁର ୱେଡେଙ୍ଗେଲ ଥାନା କଙ୍କନାର ଗାଁରୁ ଗତ ରାତିରେ ଏହି ୩ ଜଣ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ଅପହରଣ କରିନେଇଛନ୍ତି । ତେବେ ନକ୍ସଲମାନେ କାହିଁକି ସେମାନଙ୍କୁ ଅପହରଣ କରି ନେଇଛନ୍ତି ତାହାର ପ୍ରକୃତ କାରଣ ଜଣାପଡ଼ିନାହିଁ ।

ନକ୍ସଲମାନେ ସେମାନଙ୍କୁ କାହିଁକି ଅପହରଣ କଲେ, କେଉଁଠିକି ନେଇଛନ୍ତି ସେ ନେଇ ସବିଶେଷ ତଥ୍ୟ ମିଳିନାହିଁ। ଯାହାକୁ ନେଇ ପରିବାର ଲୋକେ ଭୟଭୀତ ହୋଇପଡ଼ିଛନ୍ତି । ବିଜାପୁରରେ ଏପ୍ରିଲ ୩ରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ୨୨ ଜଣ ଯବାନ ସହିଦ ହୋଇଥିଲେ। ଏହାପରେ କୋବ୍ରା କମାଣ୍ଡୋ ରାକେଶ୍ୱର ସିଂହ ମାନହାସଙ୍କୁ ପଣବନ୍ଦୀ କରିଥିଲେ ମାଓବାଦୀ। ଆଉ ୬ ଦିନ ପରେ ଗୁରୁବାର ମାଓବାଦୀମାନେ ତାଙ୍କୁ ଛାଡ଼ିଥିଲେ।

ରାକେଶ୍ୱରଙ୍କୁ ମୁକୁଳାଇବା ପାଇଁ ସରକାର ପଦ୍ମଶ୍ରୀ ଧର୍ମପାଲ ସାଇନି ଓ ଗୋଣ୍ଡୱାନା ସମାଜ ମୁଖ୍ୟ ତେଲେମା ବୋରିୟାଙ୍କୁ ନିଯୁକ୍ତ କରିଥିଲେ। ଏହାପରେ ମାଓବାଦୀମାନେ ଦୁଇ ମଧ୍ୟସ୍ଥ ଓ ଶତାଧିକ ଗାଁ ଲୋକଙ୍କ ଉପସ୍ଥିତିରେ ମାଓବାଦୀମାନେ ରାକେଶ୍ୱରଙ୍କୁ ଛାଡ଼ିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାତିରେ ଯବାନ ରାକେଶ୍ୱର ସିଂହଙ୍କ ସହ ଫୋନରେ କଥା ହୋଇଥିବା ସୂଚନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା