Masthead

୩ ଜିଲ୍ଳାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ  ଲଗାଣ ବର୍ଷା ଜାରି ରହିଛି ।  ଆହୁରି ୨୪  ଘଣ୍ଟା ପ୍ରବଳ ବର୍ଷା ହୋଇପାରେ । ୧୧/୧୨ ତାରିଖବେଳକୁ ଆଉ ଏକ  ଘୂର୍ଣ୍ଣିବଳୟ ସମ୍ଭାବନା ଅଛି । ଏଥିରେ  ବଡ଼ ବର୍ଷା ନ ହେଲେ ମଧ୍ୟ ବର୍ଷା  ପରିମାଣ ସାମାନ୍ୟ ବଢ଼ପାରେ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ  ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ  ଉପକୂଳରେ ସ୍ପଷ୍ଟ ଚିହ୍ନଟ (ୱେଲ  ମାର୍କଡ) ଲଘୁଚାପ ରହିଛି ।  ଏହାର ଗତି ପଶ୍ଚିମ-ଉତ୍ତର ପଶ୍ଚିମକୁ ରହିବ ।  ଆସନ୍ତା ୨ ଦିନ ଭିତରେ ଏହା ଉତ୍ତର ଓଡ଼ିଶା ଏବଂ  ଉତ୍ତର ଛତିଶଗଡ଼ ଦେଇ ସ୍ଥଳଭାଗରେ ଆଗକୁ  ବଢ଼ିବ । ଆଜି ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୮ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଲଗାଣ ବର୍ଷାକୁ ନେଇ ପ୍ରଶାସନକୁ ସତର୍କ ରହିବା ସହ ସାଧାରଣ ଲୋକଙ୍କୁ ମଧ୍ୟ ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି । ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ଯୋଗୁଁ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିଛି ।ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ଦୁଇ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ । ଆଜି ପାଇଁ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି ସମେତ ମୋଟ ୮ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକରେ ସ୍ୱଳ୍ପ ସମୟ ମଧ୍ୟରେ ଅତି ପ୍ରବଳ ବର୍ଷା ହେବା ସହ ସ୍ଥାନୀୟ ଅଞ୍ଚଳରେ ଜଳବନ୍ଦୀ, ରାସ୍ତାରେ ପାଣି ଜମିବା ଏବଂ ଛୋଟ ନଦୀନାଳରେ ଜଳସ୍ତର ବଢ଼ିବାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ