Masthead

୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେଲା ଲଘୁଚାପ । ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା । ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି । ଏହା ପ୍ରଭାବରେ  ରବିବାର ଉତ୍ତର ଓଡ଼ିଶାରେ ଭୀଷଣ ବର୍ଷିବ । ବାଲେଶ୍ୱର, କେନ୍ଦୁଝର ଓ  ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ । କିଛି ସ୍ଥାନରେ  ଅତି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଭଦ୍ରକ, ଯାଜପୁର, କଟକ,  ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼,  ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ ।  କେନ୍ଦ୍ରାପଡ଼ା, ଜଗତସିଂହପୁର,   ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର,  ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର,  ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ରବିବାର ପ୍ରବଳ ବର୍ଷା ଆଶଙ୍କା ଅଛି ।

୩୧ ତାରିଖରେ ପଶ୍ଚିମ ଓଡ଼ିଶାର କିଛି  ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୫ଦିନ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୪ ଘଣ୍ଟା ପର୍ଯ୍ୟନ୍ତ ଭୀଷଣ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲାକୁ ସତର୍କ କରିଛି। ରବିବାର ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, କଟକ, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଜ ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ୍‌ ୱାର୍ଣ୍ଣିଂ ଏବଂ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଝାରସୁଗୁଡା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସାଙ୍ଗକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୋମବାର ମଧ୍ୟ ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହିବ। ବର୍ଷା ସମୟରେ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବ। ତେଣୁ ୩୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’