ହିଟୱେଭ୍ ନେଇ ଜାରି ହେଲା ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଣାୟତ୍ତ ହେଲାଣି ତାତି । ନିଆଁ ବର୍ଷୁଛି ।  ଓଡ଼ିଶା ଉପରେ ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର କରାଳ ରୂପ ଦେଖିବାକୁ ମିଳିଛି । ଆଗାମୀ ୪ ଦିନ ଅର୍ଥାତ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମ ଓଡ଼ିଶାର ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ଟିଟିଲାଗଡ଼ ଭଳି ଅଞ୍ଚଳରେ ପାରଦ ୪୫ ଡିଗ୍ରୀ ସେଲସିୟସ୍ ଉପରେ ରହୁଛି । ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲେ ମଧ୍ୟ ଆର୍ଦ୍ରତା ଅଧିକ ରହିବା କାରଣରୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ଭୁବନେଶ୍ୱରରେ ସକାଳୁ ହିଁ ତାତି ସାଙ୍ଗକୁ ଅଧିକ ଆର୍ଦ୍ରତା ଲୋକଙ୍କୁ ନାକେଦମ କରିଛି ।

ମଙ୍ଗଳବାର ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିପାରେ । ରାତି ବେଳା ବି ତାତି ଅଧିକ ରହିବ । ଏହି ୩ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଶିଶୁ, ବରିଷ୍ଠ ନାଗରିକ, ଅସୁସ୍ଥ ଓ ଗର୍ଭବତୀଙ୍କୁ ଖରାରେ ବାହାରକୁ ନ ଆସିବାକୁ ପରାମର୍ଶ ଦିଆଯାଇଛି । ଝାରସୁଗୁଡ଼ା, ସୋନପୁର, ନୂଆପଡ଼ା ଓ କଳାହାଣ୍ଡି ପାଇଁ ଅରେଞ୍ଜ ସତର୍କତା ଦିଆଯାଇଛି । ୨୯ ଯାଏ ପଶ୍ଚିମ ଓଡ଼ିଶାର ସବୁଠି ତାତି ୪୫-୪୬ ଡିଗ୍ରୀ ପାଖାପାଖି ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!