Masthead

୫୦୮ ରେଳ ଷ୍ଟେସନର ପୂନର୍ବିକାଶ, ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଏହି ସବୁ ଷ୍ଟେସନର ପୁନର୍ବିକାଶ ହେବ । ଦିନ ୧୧ଟାରେ ଭିଡିଓ କନଫରେନ୍ସିଂ ଯୋଗେ ମୋଦି ଆଜି ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ପ୍ରଥମ ପର୍ୟ୍ୟାୟରେ ଓଡ଼ିଶାରୁ ୨୫ଟି ଷ୍ଟେସନର ମଧ୍ୟ ପୁନର୍ବିକାଶ ହେବାର ଯୋଜନା ରହିଛି ।

ସେଗୁଡ଼ିକ ହେଲା ସାକ୍ଷୀଗୋପାଳ, ମଞ୍ଚେଶ୍ୱର, ଢେଙ୍କାନାଳ, ଛତ୍ରପୁର, ଅନୁଗୁଳ, ମେରାମଣ୍ଡଳୀ, ବାଲୁଗାଁ, ଲିଙ୍ଗରାଜ ଟେମ୍ପୁଲ ରୋଡ୍, ତାଳଚେର ରୋଡ୍, ଖୋର୍ଦ୍ଧା ରୋଡ୍, କଣ୍ଟାବାଞ୍ଜି, ବରଗଡ଼ ରୋଡ୍, ହୀରାକୁଦ, ରେଢ଼ାଖୋଲ, ବରପାଲି, ମୁନିଗୁଡ଼ା, ବଲାଙ୍ଗିର, ହରିଶଙ୍କର ରୋଡ୍, ଭବାନୀପାଟଣା, ଖରିଆର ରୋଡ୍, ଦାମନଯୋଡ଼ି, ବଡ଼ବିଲ, ରାଜଗାଙ୍ଗପୁର, ବାରିପଦା ଓ ଜଳେଶ୍ୱର । ଏହି ୨୫ଟି ଷ୍ଟେସନ ପାଇଁ ୫୩୧.୮ କୋଟି ବ୍ୟୟବରାଦ ହୋଇଛି ଏବଂ ୩୧ ମାର୍ଚ୍ଚ ୨୦୨୪ ସୁଦ୍ଧା ପୁନର୍ବିକାଶ କାମ ସମ୍ପୂର୍ଣ୍ଣ ହେବ ବୋଲି ସୂଚନା ମିଳିଛି । ଏହି ପ୍ରକଳ୍ପର ମାଷ୍ଟରପ୍ଲାନିଂ ହୋଇଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ