Masthead

ଆଜିଠୁ ଦେଶବ୍ୟାପୀ ୫୦୮ ରେଳ ଷ୍ଟେସନର ପୁନର୍ବିକାଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ୫୦୮ଟି ରେଳ ଷ୍ଟେସନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବା ସହ ଅନ୍ୟ ସମସ୍ତ ଷ୍ଟେସନରେ ଅତିଥିମାନେ ଉପସ୍ଥିତ ରହିଥିଲେ । ଏହି ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଅନ୍ୟ ଦୁଇ ରେଳ ରାଷ୍ଟମନ୍ତ୍ରୀ ସାମିଲ ହୋଇଛନ୍ତି । କାର୍ଯ୍ୟକ୍ରମକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତୀୟ ରେଳ ଇତିହାସରେ ନୂଆ ଅଧ୍ୟାୟର ସୃଷ୍ଟି ହୋଇଛି । ଆଜିଠୁ ଦେଶବ୍ୟାପୀ ୫୦୮ ରେଳ ଷ୍ଟେସନର ପୁନର୍ବିକାଶ ହେବ । ୨୫ ହଜାର କୋଟି ଟଙ୍କା ବିନିମୟରେ ହେବ ପୁନର୍ବିକାଶ । ପୂରା ବିଶ୍ୱର ନଜର ଏବେ ଭାରତ ଉପରେ ରହିଛି । ଦେଶରେ ଅତ୍ୟାଧୁନିକ ଟ୍ରେନ୍ ସଂଖ୍ୟା ବୃଦ୍ଧି ପାଉଛି । ଅତ୍ୟାଧୁନିକ ସୁବିଧା ଯୋଗୁଁ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବ । ଗତ ୯ ବର୍ଷରେ ରେଲୱେରେ ରେକର୍ଡ ନିବେଶ ହୋଇଛି ।

ଉତ୍ତର ପୂର୍ବ ରାଜ୍ୟରେ ରେଲୱେର ବିସ୍ତାର ପାଇଁ ଗୁରୁତ୍ୱ ଦିଆଯାଇଛି । ଏହି ଷ୍ଟେସନ୍ ଗୁଡ଼ିକୁ ଅମୃତ ଭାରତ ଯୋଜନାରେ ବିକାଶ କରାଯିବ । ଏହି ତାଲିକାରେ ଓଡ଼ିଶାର ୨୫ଟି ଷ୍ଟେସନ୍ ରହିଛି । ରାଜଧାନୀ ଭୁବନେଶ୍ୱରରେ ଲିଙ୍ଗରାଜ ଟେମ୍ପଲ ରୋଡରେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଲିଙ୍ଗରାଜ ଟେମ୍ପଲ ରୋଡ୍ ଷ୍ଟେସନର ବିକାଶ ପାଇଁ ୧୯ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ସେହିପରି ୨୬ କୋଟି ୯୦ ଲକ୍ଷ ଟଙ୍କା ମଂଚେଶ୍ୱର ଷ୍ଟେସନ ବିକାଶ ପାଇଁ ଖର୍ଚ୍ଚ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ