Masthead

ସରକାରଙ୍କ ବଡ଼ ପଦକ୍ଷେପ, କାର୍ଡରେ ନାଁ ନଥିଲେ ବି ମାଗଣା ଚିକିତ୍ସା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରକାରଙ୍କ ନୂଆ ପଦକ୍ଷେପ । ବିଏସକେୱାଇ ଯୋଜନାରେ ଅନ୍ତର୍ଭୁକ୍ତ ପରିବାରର ଛୋଟ ପିଲାଙ୍କ ପାଇଁ ରାଜ୍ୟ ସରକାର ନେଇଛି ବଡ଼ ପଦକ୍ଷେପ । ରାସନ କାର୍ଡରେ ନାଁ ନଥିଲେ ବି ମିଳିବ ମାଗଣା ଚିକିତ୍ସା । ୫ରୁ ୧୮ ବର୍ଷର ପିଲାଙ୍କୁ ମିଳିବ ବଡ଼ ଫାଇଦା । ରାସନ କାର୍ଡରେ ନାଁ ନଥିଲେ ବି ସେମାନେ ଚିକିତ୍ସାରୁ ବଞ୍ଚିତ ହେବେନି । ଯେଉଁମାନଙ୍କ ନାଁ ଏନଏଫଏସଏ ବା ଏଫଏସଏସ ଡାଟା ବେସରେ ମଧ୍ୟ ନାଁ ନାହିଁ ସେମାନଙ୍କ ଚିକିତ୍ସା ମଧ୍ୟ ସୁରୁଖୁରରେ ହୋଇପାରିବ । ଉପଯୁକ୍ତ ତଥ୍ୟ ପ୍ରଦାନ କରି ନିଜ ପିଲାଙ୍କ ନାମ ସାମିଲ କରିପାରିବେ ଅଭିଭାବକ । ଏ

ନେଇ ବିଏସକେୱାଇ ସହ ଜଡ଼ିତ ହୋଇଥିବା ସବୁ ମେଡିକାଲକୁ ଚିଠି ଲେଖି ଅବଗତ କରାଇଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଗତ କିଛି ଦିନ ହେଲା ଏଭଳି ସମସ୍ୟା ଦେଖାଦେଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ଜାଣିବାକୁ ପାଇଥିଲା । ପିଲାଙ୍କ ନାମ ରାସନ କାର୍ଡରେ ପଞ୍ଜିକୃତ ହୋଇନଥିବାରୁ ବିଏସକେୱାଇରେ ଚିକିତ୍ସା ମିଳିପାରୁନଥିଲା । ଏବେ କୌଣସି ସମସ୍ୟା ହେବ ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି । ଏବେ ରାଜ୍ୟର ୯୯ ଲକ୍ଷ ୯ ହଜାର ପରିବାରର ୩ କୋଟି ୫୬ ଲକ୍ଷ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିଛି ବିଏସ୍‌କେଓ୍ବାଇ ସ୍ମାର୍ଟ୍‌ କାର୍ଡ଼ । ବିଏସକେୱାଇ ପ୍ରଚଳନ ପରଠୁ ଗରିବଙ୍କୁ ଚିକିତ୍ସା ଖର୍ଚ୍ଚ ବାବଦରେ ଟଙ୍କାଟିଏ ଦେବାକୁ ପଡ଼ୁନି । ଫଳରେ ସେମାନଙ୍କ ଆୟ ସଞ୍ଚୟ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’