Masthead

ଆଜିଠୁ ‘ସୁଭଦ୍ରା’ ଯୋଜନାର ପଞ୍ଜୀକରଣ; ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ୟ୍ୟାପ୍ତ ପରିମାଣର ‘ସୁଭଦ୍ରା’ ଯୋଜନା ଆବେଦନ ଫର୍ମ ପଠାଯାଇଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଆଜି ଠାରୁ ଏହି ଫର୍ମ ଉପଲବ୍ଧ ହେବା ସହ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ବା ମାଗଣା ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ୟ୍ୟାଳୟ, ପୌରାଞ୍ଚଳ କାର୍ୟ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ୟ୍ୟାପ୍ତ ପରିମାଣରେ ମିଳିବ । ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଦାଖଲ କରିପାରିବେ ।

ଏହି ଯୋଜନା ନେଇ କୌଣସି ବିଭ୍ରାନ୍ତିକର ଖବର ଦ୍ୱାରା ପ୍ରଭାବିତ ନ ହେବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ତେବେ ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ୟୁଟ୍ୟୁବରେ ଲାଇଭ୍ ଆସି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଆଲୋଚନା ସହ ଜରୁରି ସୂଚନା ଦେଇଛନ୍ତି । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି, ମହିଳାମାନଙ୍କର ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବାକୁ ସରକାର “ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇସାରିଛି । ଏଥିରେ ପ୍ରାୟ ୧ କାଟିରୁ ଊଦ୍ଧ୍ୱର୍ ମହିଳା ଉପକୃତ ହୋଇପାରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ