Masthead

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଆଜି ଶପଥ ନେଇଛନ୍ତି । ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତାଙ୍କ ସହ ପରବେଶ ବର୍ମା ବି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତପ୍ରକାଶ ନଡ୍ଡା, ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ସହ ଦଳର ଅନେକ ବରିଷ୍ଠ ନେତା ଯୋଗ ଦେଇଛନ୍ତି ।

ଦିନ ୩ ଟାରେ ବିଜେନ୍ଦ୍ର ଗୁପ୍ତାଙ୍କ ଅଧ୍ୟକ୍ଷତାରେ ପ୍ରଥମ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ସେପଟେ ନୂଆଦିଲ୍ଲୀ ଆସନର ବିଜେପି ବିଧାୟକ ପ୍ରବେଶ ବର୍ମା କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ନେଇଥିଲେ। ପ୍ରବେଶ ବର୍ମା ଆପ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ ପରାସ୍ତ କରିଥିଲେ। ଏବେ ସେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ କ୍ୟାବିନେଟରେ ବଡ଼ ଦାୟିତ୍ୱ ନେଇପାରନ୍ତି।

ବିଜେପି ବିଧାୟକ ଆଶିଷ ଶୀଲା ମଦନ ଗୋପାଳ ସୁଦଙ୍କୁ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭିକେ ସାକ୍ସେନା ମନ୍ତ୍ରୀ ଭାବରେ ଶପଥ ପାଠ କରାଇଲେ ବିଧାୟକ ମଞ୍ଜିନ୍ଦର ସିଂହ ସିରସା କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ବିଧାୟକ ରବିନ୍ଦ୍ର ଇନ୍ଦ୍ରରାଜ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ କ୍ୟାବିନେଟରେ ରବିନ୍ଦ୍ର ଇନ୍ଦ୍ରରାଜ ବଡ଼ ଦାୟିତ୍ୱ ନେଇପାରନ୍ତି। ସେହିପରି ବିଧାୟକ କପିଲ ମିଶ୍ରା, ବିଧାୟକ ପଙ୍କଜ ସିଂହ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ