Masthead

ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ଖସିପାରେ ଦିନର ତାପମାତ୍ରା । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟରେ ବଢିବ ନାହିଁ ତାପମାତ୍ରା ।

ଉତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ଘଡଘଡି ବିଜୁଳି ସହ ବର୍ଷା ପାଇଁ ତାପମାତ୍ରା ହ୍ରାସ ହେବ । କାଳବୈଶାଖୀ ବର୍ଷା ସମେତ କିଛି ସ୍ଥାନରେ କୁଆପଥର ବୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡା, କୋରାପୁଟ, ଗଜପତି ଏବଂ ରାୟଗଡା ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି । ଏହାସହ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଗଞ୍ଜାମ, ବୌଦ୍ଧ, ସୁନ୍ଦରଗଡ, ମାଲକାନଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ