Masthead

କାଲିଠୁ ନାଟମଣ୍ଡପ ମରାମତି କାମ

ପୁରୀ(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡମ ମରାମତି କାମ । ଗରୁଡ଼ ସ୍ତମ୍ଭରୁ ପ୍ରଥମେ କାର୍ଯ୍ୟ ଆରମ୍ଭ ହେବ । ମରାମତି ପାଇଁ ପ୍ରଥମେ ତିଆରି ହେବ ୱାର୍କିଂ ପ୍ଲାଟଫର୍ମ। ପ୍ରତିଦିନ ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ କାମ କରାଯିବ । ମରାମତି କାମ ସମୟରେ ଶ୍ରଦ୍ଧାଳୁ, ସେବାୟତଙ୍କ ସୁରକ୍ଷାକୁ ଧ୍ୟାନ ଦିଆଯିବ । ନୀତିକାନ୍ତି ବ୍ୟାଘାତ ନହେଲା ଭଳି ମରାମତି କାମ ଚାଲିବ ।

ନୀତିକାନ୍ତି ଯେତେବେଳେ ନଥିବା ସେହି ସମୟରେ କାମ କରାଯିବ । କାର୍ତ୍ତିକ ମାସ ସରିଲେ, ପୂର୍ଣ୍ଣ ସମୟ ଦେଇ କାମ ହେବ । ଏନେଇ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି ଶ୍ରମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ। ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ମରାମତି କାର୍ଯ୍ୟ ସାରିବା ନେଇ ହାଇକୋର୍ଟ ଏଏସଆଇକୁ ନିର୍ଦ୍ଦେଶ ଦେଇଥିଲେ । ମରାମତି ସମୟରେ ସମସ୍ତ ସହଯୋଗ ଯୋଗାଇବ ଶ୍ରୀମନ୍ଦିର ପ୍ରଶାସନ ।

କାର୍ଯ୍ୟର ଅନୁଧ୍ୟାନ କରିବେ ଆମିକସ୍ କୁ୍ୟରି । ୧୫ ଦିନରେ ହାଇକୋର୍ଟଙ୍କୁ ଆସିକସ୍ କୁ୍ୟରି ରିପୋର୍ଟ ଦେବେ । ଦିନକୁ ୬ ଘଣ୍ଟା କାମ କରିବା ସହ ୧୨୦ ଦିନ ମଧ୍ୟରେ କାମ ସରିବ । ଡିସେମ୍ବର ୪ରେ ମାମଲାର ପରବର୍ତ୍ତୀ ଶୁଣାଣି ରହିଛି । କାର୍ତ୍ତିକ ମାସ ଓ ଶ୍ରୀମନ୍ଦିର ପରିକ୍ରମା ପଷ୍ଠଳୂ କାର୍ଯ୍ୟ ଚାଲିଥିବା ନେଇ ସତ୍ୟପାଠ ଦାଖଲ କରିଥିଲେ ଏଏସଆଇ । ଜାରୁଆରୀ ୨୪ ପରେ କାର୍ଯ୍ୟ କରିବା ନେଇ ସମୟ ନେଇଥିଲା ଏଏସଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ