Masthead

ସାରା ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସାରା ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ। ଏଥିପାଇଁ ପୂରା ଦେଶ ଉତ୍ସବମୁଖର। ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା ରହିଛି । ପୋଲିସ ବ୍ୟାଣ୍ଡ ଜାତୀୟ ସଙ୍ଗୀତ ପରିବେଷଣ କରିଥିଲେ ।

ଏଥର ରାଜ୍ୟସ୍ତରୀୟ ପରେଡରେ ୧୪ଟି କଣ୍ଟିନଜେଣ୍ଟ ଅଂଶ ଗ୍ରହଣ କରିଥିଲେ। ଆଉ ଏହି ପରେଡର ନେତୃତ୍ୱ ନେଇଥିଲେ ଯୁବ ଆଇପିଏସ୍ ଏସ୍‌. ସୁଶ୍ରୀ। ସେ କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଛନ୍ତି। କରୋନାକୁ ଦୃଷ୍ଟିରେ ରଖି ଏଥର ରାଜ୍ୟ ସ୍ତରୀୟ ପରେଡରେ ସ୍କୁଲ୍,କଲେଜ ଛାତ୍ରଛାତ୍ରୀଙ୍କୁ ସାମିଲ କରାଯାଇ ନଥିଲା। ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଆଜି ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ୨୫ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ