Masthead

କିଛି ସମୟ ପରେ ଆଶାର ଆଲୋକ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): କିଛି ସମୟର ଅପେକ୍ଷା । ଅନ୍ଧାରୀ ସୁଡଙ୍ଗରୁ ମିଳିବ ମୁକ୍ତି । ଦେଖିବେ ଆଲୋକ । ଦେଖିବ ପରିବାର । ଦେଖିବେ ଦୁନିଆ । ଉଦ୍ଧାର ହେବେ ୪୧ ଶ୍ରମିକ । ଶ୍ରମିକଙ୍କ ଜୀବନ ବଞ୍ଚାଇବା ପାଇଁ ଉଦ୍ଧାରକାରୀ ଦଳ ଲଗାଇଛନ୍ତି ଜୋର । ରାତି ଅନିଦ୍ରା ହୋଇ ଚଲାଇଛନ୍ତି କାମ । ପାଖାପାଖି ୯୦ ପ୍ରତିଶତ ଡ୍ରିଲିଂ କାମ ଶେଷ ହୋଇସାରିଛି । ମୋଟ ୫୭ ମିଟର ଡ୍ରିଲ କରିବାକୁ ଥିବା ବେଳେ ଏବେ ସୁଦ୍ଧା ୪୫ ମିଟର ଡ୍ରିଲ ହୋଇଥିବା ନେଇ ସୂଚନା ମଳିଛି । ଫଶିରହିଥିବା ଶ୍ରମିକଙ୍କଠୁ ଆଉ ୧୨ ମିଟର ଦୂରତା ରହିଛି ।

ଗତକାଲି ରାତିରେ ଡ୍ରିଲିଂ ମେସିନର ବ୍ଲେଡ ଭାଙ୍ଗିଯବାରୁ ଉଦ୍ଧାର କାମ ବାଧାପ୍ରାପ୍ତ ହୋଇଥିଲା । ପରେ ପୁଣି ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି । ତେଣୁ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଆଉ କିଛି ସମୟ ଲାଗିପାରେ ବୋଲି ସୂଚନା ଆସିଛି । ସେପଟେ ଟନେଲ୍ ବାହାରେ ବ୍ୟାପକ ଆମ୍ବୁଲାନ୍ସ ପ୍ରସ୍ତୁତ ରହିଛି । ଏପରିକି ଶ୍ରମିକଙ୍କ ପାଇଁ ଅସ୍ଥାୟୀ ହସ୍ପିଟାଲର ବ୍ୟବସ୍ଥା କରାଯାଇଛି । ଆଉ ୪୧ ଶ୍ରମିକଙ୍କ ପାଇଁ ଅସ୍ଥାୟୀ ବେଡ୍ ମଧ୍ୟ ପ୍ରସ୍ତୁତ ରହିଛି । ଉଦ୍ଧାର ପରେ ସେମାନଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ