ଚଉଡା ପାଇପ ଲାଇନ ଯୋଗେ ଶ୍ରମିକଙ୍କୁ ହେବ ଉଦ୍ଧାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତିନି ଦିନରେ ପହଞ୍ଚିଲାଣି ଉତ୍ତରକାଶୀରେ ସୁଡ଼ଙ୍ଗ ଭୁଶୁଡିବା ଘଟଣା । ଏବେ ବି ଚାଲିଛି ଉଦ୍ଧାରକାର୍ଯ୍ୟ । କିଭଳି ଶ୍ରମିକମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି ଯୋଜନା ଚଳାଇଛନ୍ତି । ୮ଟି ରାଜ୍ୟର ୪୦ରୁ ଅଧିକ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ‘ଆର୍ଥ ଅଗର’ ମେସିନ୍ ଅଣାଯାଇଛି । ଆର୍ଥ ଅଗର ମେସିନ ସାହାଯ୍ୟରେ ଡ୍ରିଲ କରି ୯୦୦ ମିଲିମିଟର ଗୋଲେଇର ପାଇପ୍ ଗୁଡ଼ିକୁ ଖଞ୍ଜାଯିବ । ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ଏକ ପ୍ଲାଟଫର୍ମ ପ୍ରସ୍ତୁତ କରିବ ଏହି ମେସିନ୍ ।

ଏହାରି ଭିତରେ ଆଶ୍ୱସ୍ତିକର ଖବର ହେଉଛି ଯେ ସୁଡଙ୍ଗ ଭିତରେ ଫସିରହିଥିବା ସମସ୍ତ ଶ୍ରମିକ ସୁରକ୍ଷିତ ଥିବା କୁହାଯାଉଛି । ସେପଟେ ଟନେଲ ଭିତରେ ଫସିଥିବା ଶ୍ରମିକଙ୍କୁ ଖାଦ୍ୟ, ପାନୀୟ, ଔଷଧ ଓ ଅକ୍ସିଜେନ, ପାଇପ ସାହାଯ୍ୟରେ ପଠାଯାଉଛି । ଶ୍ରମିକଙ୍କ ପାଇଁ ସ୍ୱତନ୍ତ୍ର ଭାବେ ଭିଟାମିନ ଯୁକ୍ତ ଖାଦ୍ୟ ଓ ଡ୍ରାଏଫୁଡ ମଧ୍ୟ ପଠାଯାଉଛି । ଯାହା ସେମାନଙ୍କୁ ଦୀର୍ଘ ଘଂଟା ପାଇଁ ସତେଜ ଓ ସୁସ୍ଥ ରଖିବ । ସ୍ଥାନୀୟ ପ୍ରଶାସନ କହିଛି ଯଥା ସମ୍ଭବ ଚେଷ୍ଟା କରାଯାଉଛି କିଭଳି ସମସ୍ତ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ