Masthead

କମିଲା ରେସିଡେନ୍ସି ପିରିଅଡ, ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସିକୁ ସମୟକୁ କମ କରିଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ରାଜ୍ୟର ମୋଟ ୬୩ହଜାର ୩ହ୩ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତେବେ ଏହା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଥିବା ଶିକ୍ଷକ ପଦବୀ ଗୁଡ଼ିକ ମଧ୍ୟ ପୂରଣ ହେବା ସହ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟ ମାନଙ୍କରେ ପ୍ରଧାନ ଶିକ୍ଷକ ପଦବୀ ଗୁଡ଼ିକ ମଧ୍ୟ ପୂରଣ ହୋଇପାରିବ । ଏହି ପ୍ରସ୍ତାବ କାର୍ୟ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ ।

ଏହାସହିତ ଲେଭେଲ ଆଇଭିରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ