ଆଜିଠୁ ପୁରୀବାସୀଙ୍କ ପାଇଁ ପଶ୍ଚିମଦ୍ୱାର

ପୁରୀ (ବଡ଼ ଖବର ବ୍ୟୁରୋ) : ଅପେକ୍ଷାର ଘଟିଲା ଅନ୍ତ । ଆଜିଠୁ ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ ପୁରୀ ବାସିନ୍ଦା। ଏଥିପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ସ୍ୱତନ୍ତ୍ର ବ୍ୟାରିକେଟ ଦେଇ ପୁରୀବାସୀ ପ୍ରବେଶ କରିପାରିବେ । ଏହା ସହ ଦୁଇଟି କିଓସ୍କ କରାଯାଇଛି। ସ୍ୱତନ୍ତ୍ର ଧାଡିରେ ପୁରୀ ବାସିନ୍ଦା ସାତ ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରି ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ଏହା ସହିତ ମଧ୍ୟ ଡବଲ ଡୋଜ କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ।

ଦର୍ଶନ ପରେ ଉତ୍ତର କିମ୍ବା ଦକ୍ଷିଣ ଦ୍ୱାର ଦେଇ ବାହାରକୁ ବାହାରିପାରିବେ। ବୈଠକରେ ପୁରୀ ବାସିନ୍ଦା ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଶନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌ପି କେ. ଵିଶାଲ ସିଂ, ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ବୈଠକରେ ଉପସ୍ଥିତ ଥିଲେ। ଶେଷରେ ଆଜି ଠାରୁ ପୁରୀ ବାସିନ୍ଦା ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ